କନକ ବ୍ୟୁରୋ : ପୁଣି ଥରେ ସମସ୍ୟାରେ କଣ୍ଠଶିଳ୍ପୀ ହ୍ୟୁମାନ୍ ସାଗର । ତାଙ୍କ ସହ ସିଙ୍ଗର ରୁକୁ ସୁନାଙ୍କ ନାଁରେ ମଧ୍ୟ ମାମଲା ରୁଜୁୁ ହୋଇଛି । ଏଥର ଭଜନକୁ ନେଇ ତାଙ୍କ ନାଁରେ ମାମଲା ରୁଜୁ ହୋଇଛି । ହ୍ୟୁମାନ ସାଗର ଓ ରୁକୁ ସୁନାଙ୍କ ନାଁରେ କ୍ୟାପିଟାଲ ଥାନାରେ ଅଭିଯୋଗ ହୋଇଛି ।  ଅଭିଯୋଗ କରିଛନ୍ତି  ମାନବାଧିକାର କର୍ମୀ ଶିବ ସୁନ୍ଦର ସ୍ଵାଇଁ।

Advertisment

ସାମାଜିକ ଗଣମାଧ୍ୟମରେ ଗୋଟିଏ ଭିଡିଓ ଭାଇରାଲ ହେଉଛି ଯେଉଁଥିରେ ଉଭୟ ହ୍ୟୁମାନ ସାଗର ଓ ରୁକୁ ସୁନା ଜଗନ୍ନାଥଙ୍କ ଭଜନକୁ ଅଶ୍ଳୀଳ ଭାବରେ ଗାଇବା ଶୁଣିବାକୁ ମିଳିଛି ।  ଏପରି କାର୍ଯ୍ୟ  ଜଗନ୍ନାଥ ପ୍ରେମୀଙ୍କ ଭାବାବେଗକୁ  ଆଘାତ ଦେଇଛି । କେବଳ ଏହି ଦୁଇଜଣଙ୍କ ବିରୋଧରେ ନୁହେଁ ଯେଉଁ ମାନେ ଏହି ଭିଡିଓରେ ଦେଖାଯାଉଛି ତାଙ୍କ ବିରୋଧରେ ମଧ୍ୟ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବୀ ହୋଇଛି । ଏହାସହ ଯେଉଁ ଷ୍ଟୁଡିଓରେ ଏହି ଗୀତ ରେକର୍ଡ ହୋଇଛି ତାହା ବିରୋଧରେ ମଧ୍ୟ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯିବାର ଆବଶ୍ୟକ ରହିଛି ବୋଲି ଅଭିଯୋଗକାରୀ କହିଛନ୍ତି। ଏପରିକି ତାଙ୍କୁ ବ୍ୟାନ କରିବା ଦରକାର ବୋଲି ମଧ୍ୟ ଦାବୀ ହୋଇଛି ।