ଡାକ୍ତରଙ୍କ ଘରେ ସିବିଆଇ ରେଡ୍ : କୋଟିଏରୁ ଅଧିକ ଟଙ୍କା ସହ ବିଦେଶୀ ମୁଦ୍ରା ଜବତ

Advertisment
ଡାକ୍ତରଙ୍କ ଘରେ ସିବିଆଇ ରେଡ୍ : କୋଟିଏରୁ ଅଧିକ ଟଙ୍କା ସହ ବିଦେଶୀ ମୁଦ୍ରା ଜବତ

କନକ ବ୍ୟୁରୋ : ସିବିଆଇ ହାତରେ ଧରା ପଡିଲେ ଡାକ୍ତର । ଏମିନେନ୍ସ ସିପିଂ ଏଜେଂଟଠାରୁ ୫୦ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଛନ୍ତି ପାରାଦୀପ ସ୍ୱାସ୍ଥ୍ୟ ସଂଗଠନ ଅଧିକାରୀ ଡାକ୍ତର ରାଜେନ୍ଦ୍ର ନାରାୟଣ ପାଣିଗ୍ରାହୀ । ରାତି ସାରା ପାରାଦୀପ ଅଫିସ୍ ସମେତ ପାରାଦୀପରେ ଥିବା ଭଡ଼ା ଘର, ବାଲେଶ୍ୱରରେ ଥିବା ପୈତୃକ ଘର ଓ କଟକରେ ରହୁଥିବା ଘରେ ଚଢାଉ କରିଛି ସିବିଆଇ । ଚଢାଉ ବେଳେ କୋଟିଏରୁ ଅଧିକ ଟଙ୍କା ସହ ବିଦେଶୀ ମୁଦ୍ରା, ବିଦେଶୀ ମଦ, ଦାମୀ ସିଗାରେଟ୍ ସିବିଆଇ ଜବତ କରିଛି ।

ଏହା ସହ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ ହୋଇଛି । ପାରାଦୀପ ଭୁଇଁଆ ଛକରେ ଥିବା କାର୍ଯ୍ୟାଳୟରେ ଟଙ୍କା ନେଉଥିବା ବେଳେ ମାଡି ବସିଥିଲା ସିବିଆଇ । ପାରାଦୀପ ବନ୍ଦରକୁ ଆସୁଥିବା ଜାହାଜର କ୍ରିୟୁ ମେମ୍ବରଙ୍କ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ କରୁଥିବା ଓ ଏହାର ରିପୋର୍ଟ ପାଇଁ ରାଜେନ୍ଦ୍ର ନାରାୟଣ ଅନେକ ସମୟରେ ବିଭିନ୍ନ ସିପିଂ ଏଜେଣ୍ଟଙ୍କ ଠାରୁ ଜୁଲମ କରି ଟଙ୍କା ନେଉଥିବା ଅଭିଯୋଗ ହୋଇ ଆସୁଥିଲା । ଗୁରୁବାର ସିବିଆଇର ଅଧିକାରୀ ମାନେ ତାଙ୍କୁ ଲାଞ୍ଚ ନେଉଥିବା ବେଳେ ଟଙ୍କା ସହ ଧରିଥିଲେ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe