କନକ ବ୍ୟୁରୋ : ସିବିଏସ୍ଇ ବୋର୍ଡ ପରୀକ୍ଷା ନେଇ ଆଜି ଘୋଷଣା ହେବ ତାରିଖ । ଏନେଇ ପୂର୍ବରୁ ଟ୍ୱିଟ୍ କରି ସୂଚନା ଦେଇଥିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ୍ । ଆଜି ଦିନ ୧୧ଟାରେ କେନ୍ଦ୍ରମନ୍ତ୍ରୀ ସୋସିଆଲ ମିଡ଼ିଆରେ ସିଧାସଳଖ ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ସହ ଚର୍ଚ୍ଚା କରିବେ ।
ତେବେ ଟ୍ୱିଟ୍ କରି କେନ୍ଦ୍ର ଶିକ୍ଷା ମନ୍ତ୍ରୀ କହିଛନ୍ତି- ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଏବଂ ଅଭିଭାବକଙ୍କ ଚିନ୍ତା ଦୂର ହେଲା ଭଳି ନିଷ୍ପତି ନିଆଯିବ । ତେଣୁ ଏନେଇ ଉଭୟ ଛାତ୍ରଛାତ୍ରୀ ଓ ଅଭିଭାବକ ବିଚଳିତ ନହେବାକୁ ଶିକ୍ଷାମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ତେବେ ଅନଲାଇନ୍ ପରୀକ୍ଷା ବଦଳରେ ଅଫଲାଇନ୍ ପରୀକ୍ଷା କରିବା ସପକ୍ଷରେ ପୂର୍ବରୁ ସୂଚନା ଦିଆଯାଇଥିଲା ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2020/12/5-40.jpg)