ଲିଙ୍ଗରାଜ ଓ ଶୁକଶାରୀ ମନ୍ଦିର ଚାରିପଟେ ଥିବା ପ୍ରାଚୀନ ମନ୍ଦିରର ପୁନରୁଦ୍ଧାର ପାଇଁ କେନ୍ଦ୍ର ସଂସ୍କୃତି ରାଷ୍ଟ୍ରମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର

Advertisment
ପ୍ରଧାନମନ୍ତ୍ରୀ ଗ୍ରାମୀଣ ଆବାସ ଯୋଜନାରେ ଓଡିଶାକୁ ଘର ଆବଟଂନ । ପ୍ରଧାନମନ୍ତ୍ରୀ ଗ୍ରାମୀଣ ଆବାସ ଯୋଜନାରେ ଓଡିଶାର ୮.୧୭ ଲକ୍ଷ ଲାଭାର୍ଥୀଙ୍କୁ ମିଳିବ ପକ୍କା ଘର

କନକ ବ୍ୟୁରୋ: ପ୍ରାଚୀନ ମନ୍ଦିରର ସୁରକ୍ଷା ଓ ପୁନଃରୁଦ୍ଧାର ପାଇଁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ପ୍ରଭୁ ଲିଙ୍ଗରାଜ ଓ ଶୁକଶାରୀ ମନ୍ଦିର ଚାରିପାଖେ ଥିବା ମନ୍ଦିରର ପୁନଃରୁଦ୍ଧାର ପାଇଁ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ରାଷ୍ଟ୍ରମନ୍ତ୍ରୀଙ୍କୁ ପ୍ରହ୍ଲାଦ ସିଂହ ପଟେଲଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର । ଏସଏସଆଇର ବିଶେଷଜ୍ଞ ଦଳକୁ ଭୁବନେଶ୍ୱର ପଠାଇବାକୁ ନିର୍ଦ୍ଦେଶ ଦେବା ସହ ଏହି କ୍ଷେତ୍ରର ଖନନ କରି ଏହାର ଗବେଷଣା କରିବା ଦିଗରେ ହସ୍ତକ୍ଷେପ କରିବାକୁ ଉଲ୍ଲେଖ କରିଛନ୍ତି କେନ୍ଦ୍ରମନ୍ତ୍ରୀ ।

publive-image

ଶୁକଶାରୀ ମନ୍ଦିର ନିକଟ ୨ ଏକର ଜମିରେ ଖନନ କାମ ଚାଲିଥିବା ବେଳେ ଶାରୀ ମନ୍ଦିରର ଉତ୍ତର-ପଶ୍ଚିମ କୋଣରେ ଥିବା ସୋମବଂଶୀ ସମୟର ଦଶମ ଶତାବ୍ଦୀ ଏବଂ ଏକାଦଶ ଶତାବ୍ଦୀର ଅମୂଲ୍ୟ ଭଗ୍ନାବଶେଷ ବାହାରିଛି । ତେବେ ଶୁକଶାରୀ ମନ୍ଦିର ଓ ଲିଙ୍ଗରାଜ ମନ୍ଦିରର ପୂରାତନ କିର୍ତ୍ତିରାଜି ଏବଂ ପ୍ରତ୍ନତତ୍ୱ ବିଭାଗ ଓ ଭଗ୍ନାବଶେଷ ଆଇନ ଅଧୀନରେ ଏଏସଆଇ ଦ୍ୱାରା ସୁରକ୍ଷିତ ରଖାଯାଇଛି । ପାରିପାଶ୍ୱକ ସ୍ଥିତିରୁ ଜଣାପଡୁଛି ମନ୍ଦିର ଭୂମି ତଳେ ଅନେକ ଐତିହାସିକ ଢାଞ୍ଚା ରହିଛି ତେଣୁ ଏହାର ପୁନରୁଦ୍ଧାର ଆବଶ୍ୟକ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe