ଓଡ଼ିଶାରେ କେନ୍ଦ୍ର ସରକାରଙ୍କ ଆନ୍ତଃମନ୍ତ୍ରୀସ୍ତରୀୟ ଟିମ୍ : ଆଜି ଓ ଆସନ୍ତାକାଲି ଦୁଇଦିନ ୪ଟି ଜିଲ୍ଲା ବୁଲି କ୍ଷତି ଆକଳନ କରିବେ କେନ୍ଦ୍ରୀୟ ଟିମ୍

112

କନକ ବ୍ୟୁରୋ : ବାତ୍ୟା ୟାସର କ୍ଷୟକ୍ଷତି ଆକଳନ କରିବା ପାଇଁ ଓଡ଼ିଶା ଆସିଛନ୍ତି ଆନ୍ତଃମନ୍ତ୍ରୀ ସ୍ତରୀୟ କେନ୍ଦ୍ରୀୟ ଟିମ୍ । ଏହି ଟିମର ନେତୃତ୍ୱ ନେଇଛନ୍ତି କେନ୍ଦ୍ର ଗୃହ ମନ୍ତ୍ରଳାୟର ଯୁଗ୍ମ ସଚିବ ସୁନୀଲ କୁମାର ବର୍ନୱାଲ୍ । ଆଜି, ବାତ୍ୟାରେ ସର୍ବାଧିକ ପ୍ରଭାବିତ ହୋଇଥିବା ୪ଟି ଜିଲ୍ଲା ଗସ୍ତ କରିବା କାର୍ଯ୍ୟକ୍ରମ ରହିଛି ।

ଦୁଇଟି ଭାଗରେ ବିଭକ୍ତ ହୋଇ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ମୟୂରଭଂଜ ଗସ୍ତରେ ଯାଇ ଏହି ଟିମ୍ ବାତ୍ୟା କ୍ଷୟକ୍ଷତିର ଆକଳନ କରିବେ । କ୍ଷୟକ୍ଷତି ନେଇ କେନ୍ଦ୍ର ସରକାରଙ୍କୁ ରିପୋର୍ଟ ଦେବେ କେନ୍ଦ୍ରୀୟ ଟିମ୍ । ଆଜି ଏନେଇ ଏସଆରସି ପିକେ ଜେନା ହୋଟେଲ ମେ ଫେୟାରରେ ଏକ ବୈଠକ କରିଥିଲେ । ଏଥିରେ ବାତ୍ୟା ୟସ କ୍ଷୟକ୍ଷତି ନେଇ କେନ୍ଦ୍ରୀୟ ଟିମକୁ ଅବଗତ କରାଯାଇଛି ।