କନକ ବ୍ୟୁରୋ: ଜମି ଦୁର୍ନୀତି ମାମଲାରେ ଗିରଫ ହେମନ୍ତ ସୋରେନଙ୍କ ଇସ୍ତଫା ପରେ ଆଜି ଚମ୍ପାଇ ସୋରେନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ରାଜଭବନରେ ରାଜ୍ୟପାଳ ତାଙ୍କୁ ଶପଥ ପାଠ କରାଇଥିଲେ ରାଜ୍ୟପାଳ। ତାଙ୍କ ସହ କଂଗ୍ରେସ ବିଧାୟକ ଅଲଗିର ଆଲାମ ଏବଂ ଆରଜେଡି ବିଧାୟକ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି।

Advertisment

ଅନ୍ୟପଟେ ଶୁକ୍ରବାର ସୁପ୍ରିମ୍ କୋର୍ଟରୁ ଏକ ବଡ଼ ଝଟକା ଲାଗିଛି। ହେମନ୍ତ ସୋରେନ ଇଡିର ଗିରଫଦାରୀକୁ ଚ୍ୟାଲେଞ୍ଜ କରି ଏକ ପିଟିସନ ଦାଖଲ କରିଥିଲେ। ହେମନ୍ତ ସୋରେନଙ୍କୁ ହାଇକୋର୍ଟ ଯିବାକୁ କହିଛନ୍ତି ସୁପ୍ରିମକୋର୍ଟ ।