ପଶ୍ଚିମା ଝଡ଼ ପ୍ରଭାବରେ ୨ ଦିନ ବର୍ଷା ସମ୍ଭାବନା। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ପୂର୍ବାନୁମାନ।

727

କନକ ବ୍ୟୁରୋ: ମାର୍ଚ୍ଚ ଆରମ୍ଭରୁ ତାତି ବଢ଼ୁଥିବା ବେଳେ ଆସିଛି ଆଶ୍ୱସ୍ତିକର ଖବର । ପଶ୍ଚିମା ଝଡ଼ ପ୍ରଭାବରେ ୨ ଦିନ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବା ନେଇ ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ମାର୍ଚ୍ଚ ୯ ତାରିଖରେ ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନଗୁଳ, ଢେଙ୍କାନାଳ, ଯାଜପୁର, କେନ୍ଦୁଝର, ମୟୂରଭଂଜ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ମାର୍ଚ୍ଚ ୧୦ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ଅନଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର ଜିଲ୍ଲାକୁ ଦିଆଯାଇଛି ୟେଲୋ ୱାର୍ଣ୍ଣିଂ । କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ଏହାର ପାଶ୍ୱର୍ବର୍ତ୍ତୀ ଛତିଶଗଡ଼ ଅଞ୍ଚଳରେ ବାୟୁମଣ୍ଣଳର ୧.୫ କିଲୋମିଟର ଯାଏଁ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛ ।