କନକ ବ୍ୟୁରୋ: ଆଜିଠୁ ତାତିରୁ ମିଳିପାରେ ସାମାନ୍ୟ ଆଶ୍ୱସ୍ତି । କିଛି ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି । ଆଜି କନ୍ଧମାଳ, ଗଞ୍ଜାମ, ରାୟଗଡ଼ା, ଗଜପତି, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି ଓ ବଲାଙ୍ଗୀର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶଶଖୀ ବର୍ଷା ହେବାର ସମ୍ଭାବନା ରହିଛି । କାଳବୈଶାଖୀ ଯୋଗୁ ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା ୨ରୁ ୩ ଡିଗ୍ରୀ ହ୍ରାସ ହୋଇପାରେ । ଫଳରେ ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ତାତିରୁ ସାମୟିକ ଆଶ୍ୱସ୍ତି ମିଳିପାରେ ।
ସେହିପରି ଆଜି ଗ୍ରୀଷ୍ମ ପ୍ରବାହ ପାଇଁ ୩ ଜିଲ୍ଲାକୁ ଅରେଞ୍ଜ ଓ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମୟୂରଭଂଜ, କେନ୍ଦୁଝର ଓ ଅନୁଗୁଳ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ବାଲେଶ୍ୱର, ଯାଜପୁର, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ଖୋର୍ଦ୍ଧା, କଟକ, କେନ୍ଦ୍ରାପଡା ଓ ଜଗତସିଂହପୁର ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରିଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2024/04/cyclone.jpg)