ଓଡିଆ ପୁଅ ଚଣ୍ଡି ପ୍ରସାଦ ମହାନ୍ତିଙ୍କୁ ପରମ ବିଶିଷ୍ଟ ସେବା ପଦକ: ସ୍ୱତନ୍ତ୍ର ଉତ୍ସବରେ ସମ୍ମାନୀତ କଲେ ରାଷ୍ଟ୍ରପତି

Advertisment
ଓଡିଆ ପୁଅ ଚଣ୍ଡି ପ୍ରସାଦ ମହାନ୍ତିଙ୍କୁ ପରମ ବିଶିଷ୍ଟ ସେବା ପଦକ: ସ୍ୱତନ୍ତ୍ର ଉତ୍ସବରେ ସମ୍ମାନୀତ କଲେ ରାଷ୍ଟ୍ରପତି

କନକ ବ୍ୟୁରୋ: ଓଡିଆ ପୁଅ ଚଣ୍ଡି ପ୍ରସାଦ ମହାନ୍ତିଙ୍କୁ ମିଳିଲା ପରମ ବିଶିଷ୍ଟ ସେବା ପଦକ । ସ୍ଥଳ ସେନା ଉପମୁଖ୍ୟ ରହିଛନ୍ତି ଲେଫ୍ଟନାଣ୍ଟ ଜେନାରାଲ ଚଣ୍ଡି ପ୍ରସାଦ ମହାନ୍ତି । ସ୍ୱତନ୍ତ୍ର ଉତ୍ସବରେ ସମ୍ମାନୀତ କଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ସେନାରେ ନିଜ କାର୍ଯ୍ୟ ପାଇଁ ତାଙ୍କୁ ଏହି ସମ୍ମାନରେ ସମ୍ମାନୀତ କରାଯାଇଛି ।

ରାଷ୍ଟ୍ରୀୟ ଇଣ୍ଡିଆନ୍‌ ମିଲିଟାରି କଲେଜ୍‌, ଡେରାଡୁନ୍‌, ନ୍ୟାସନାଲ୍‌ ଡିଫେନ୍‌ସ ଏକାଡେମି, ଖଡକୱାସଲା ଏବଂ ଇଣ୍ଡିଆନ୍‌ ମିଲିଟାରି ଏକାଡେମି, ଡେରାଡୁନରୁ ସଫଳତା ପୂର୍ବକ ନିଜର ଶିକ୍ଷା ଓ ତାଲିମ ଶେଷ କଲାପରେ ଲେଫଟନାଣ୍ଟ ଜେନେରାଲ୍‌ ଚଣ୍ଡୀ ପ୍ରସାଦ ମହାନ୍ତିଙ୍କୁ ୧୨ଜୁନ୍‌ ୧୯୮୨ରେ ରାଜପୁତ ରେଜିମେଣ୍ଟରେ ନିଯୁକ୍ତ କରାଯାଇଥିଲା। ନିଜର ଦୀର୍ଘ ଚାରି ଦଶନ୍ଧିର କାର୍ୟ୍ୟକାଳ ମଧ୍ୟରେ ଭାରତୀୟ ସ୍ଥଳସେନାର ଜଣେ ଦକ୍ଷ ଜେନେରାଲ୍‌ ଭାବେ ଅତ୍ୟନ୍ତ ଦାୟିତ୍ୱ ସଂପନ୍ନ ଭାବେ ଦାୟିତ୍ୱ ତୁଲାଇବା ସହ ଦେଶର ଅଖଣ୍ଡତାକୁ ଅକ୍ଷୁର୍ଣ୍ଣ ରଖିବା ପାଇଁ ନିରନ୍ତର ଭାବେ କାର୍ୟ୍ୟ କରି ଆସିଥିଲେ।

ସୀମାନ୍ତର ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଜମ୍ମୁ- କଶ୍ମୀରରେ ଏବଂ ପରେ ଉତ୍ତର ପୂର୍ବରେ ଲାଇନ୍‌ ଅଫ୍‌ କଣ୍ଟ୍ରୋଲରେ ନିୟୋଜିତ ବାଟାଲିୟନର ବ୍ରିଗେଡ୍‌ କମାଣ୍ଡର ତାଙ୍କର କାର୍ୟ୍ୟ ଉଲ୍ଲେଖନୀୟ ରହିବା ସହ ଅନ୍ୟମାନଙ୍କ ପାଇଁ ଉହାହାରଣ ହୋଇ ରହିଥିଲା। ଚୀନ୍‌ ସହ ସୃଷ୍ଟି ହୋଇଥିବା ଡୋକଲାମ ବିବାଦ ପରେ ସିକ୍କିମ୍‌ ଆଧାରିତ ତ୍ରିଶକ୍ତି କର୍ପସକୁ ନିର୍ଦ୍ଦେଶ ଦେବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିଲେ ଲେଫଟନାଣ୍ଟ ଜେନେରାଲ୍‌ ଚଣ୍ଡୀ ପ୍ରସାଦ ମହାନ୍ତି। ଯୋଧପୁର ସବ୍‌ ଏରିଆର ଜଣେ ମେଜର ଜେନେରାଲ୍‌ ଭାବରେ ଏବଂ ଲେଫଟନାଣ୍ଟ ଜେନେରାଲ୍‌ ଭାବରେ ଉତ୍ତର ଭାରତର ସୁରକ୍ଷା କ୍ଷେତ୍ରରେ ମଧ୍ୟ ତାଙ୍କର ବିଶେଷ ଯୋଗଦାନ ରହିଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe