କନକ ବ୍ୟୁରୋ: ମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡ ମାମଲାରେ ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଞ୍ଚ । ଝାରସୁଗୁଡା ଜେଏମଏଫସି କୋର୍ଟରେ ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଞ୍ଚ । ତଦନ୍ତକାରୀ ଡିଏସପି ଅଧିକାରୀ କଲେ ଚାର୍ଜସିଟ୍ ଦାଖଲ । ତେବେ ଚାର୍ଜସିଟରେ କଣ ଉଲ୍ଲେଖ ରହିଛି ତାହା ଏଯାଏଁ ସ୍ପଷ୍ଟ ହୋଇନାହିଁ । ଗତ ଜାନୁଆରୀ ୨୯ରେ ମନ୍ତ୍ରୀ ନବ ଦାସଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା । ପୋଲିସ ଏଏସଆଇ ଗୋପାଳ ଦାସ ମନ୍ତ୍ରୀ ନବ ଦାସଙ୍କୁ ଗୁଳି କରି ହତ୍ୟା କରିଥିଲେ । ଏହି ହତ୍ୟାକାଣ୍ଡକୁ ନେଇ ରାଜ୍ୟ ରାଜନୀତି ବେଶ ସରଗରମ ହୋଇଥିଲା । ବିରୋଧୀ ଏହି ପ୍ରସଙ୍ଗରେ ସରକାରଙ୍କୁ ଘେରିଥିଲେ । ବିଧାନସଭାରୁ ସଡକ ସବୁଠୁ ସରକାରଙ୍କୁ ଟାର୍ଗେଟ କରିଥିଲେ ବିରୋଧୀ । ଘଟଣାର ଗୁରୁତ୍ୱକୁ ଦୃଷ୍ଟିରେ ରଖି ଏହାର ତଦନ୍ତଭାର କ୍ରାଇମବ୍ରାଞ୍ଚକୁ ଦେଇଥିଲେ ରାଜ୍ୟ ସରକାର । କିନ୍ତୁ କ୍ରାଇମବ୍ରାଞ୍ଚ ତଦନ୍ତକୁ ନେଇ ମଧ୍ୟ ପ୍ରଶ୍ନ ଉଠାଇଥିଲେ ବିରୋଧୀ ।

Kanak News is now on WhatsApp
Join and get latest news updates delivered to you via WhatsApp
ନବ ଦାସଙ୍କ ହତ୍ୟା ଘଟଣାର କିଛି ଘଣ୍ଟା ମଧ୍ୟରେ ଏହାର ତଦନ୍ତ ଭାର କ୍ରାଇମବ୍ରାଞ୍ଚକୁ ଦେଇଥିଲେ ରାଜ୍ୟ ସରକାର । କ୍ରାଇମବ୍ରାଞ୍ଚ ଏଡିଜି ଅରୁଣ ବୋଥ୍ରାଙ୍କ ନେତୃତ୍ୱରେ ତଦନ୍ତ ପ୍ରକ୍ରିୟା ଆଗକୁ ବଢିଥିଲା । କିନ୍ତୁ କ୍ରାଇମବ୍ରାଞ୍ଚ ତଦନ୍ତ ବଦଳରେ ସିବିଆଇ ତଦନ୍ତ ଦାବି କରିଥିଲେ ବିରୋଧୀ । କିନ୍ତୁ କ୍ରାଇମବ୍ରାଞ୍ଚ ହତ୍ୟା ଘଟଣାର ୧୨୦ ଦିନ ମଧ୍ୟରେ ହିଁ ଚାର୍ଜସିଟ୍ ଦାଖଲ କରିଛି । ତଦନ୍ତ ସମୟରେ ଅଭିଯୁକ୍ତ ଗୋପାଳର ପଲିଗ୍ରାଫ୍ ଓ ନାର୍କୋ ଟେଷ୍ଟ କରାଯାଇଥିଲା । ଏପରିକି ଏଲଭିଏ ଟେଷ୍ଟର ତର୍ଜମା ଦିଲ୍ଲୀରେ କରାଯାଇଥିଲା । ପ୍ରତ୍ୟକ୍ଷଦର୍ଶୀଙ୍କ ବୟାନ ଓ ପାରିପାଶ୍ୱିର୍କ ସ୍ଥିତିର ଅନୁଧ୍ୟାନ ପରେ କୋର୍ଟରେ ଚାର୍ଜସିଟ୍ ଦାଖଲ କରିଛି କ୍ରାଇମବ୍ରାଞ୍ଚ ।