କନକ ବ୍ୟୁରୋ : ପିଣ୍ଟୁ ନନ୍ଦଙ୍କ ବିୟୋଗ । ଛତିଶଗଡ଼ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ ମଧ୍ୟ ଶୋକ ପ୍ରକାଶ କରିଛନ୍ତି । ଓଡ଼ିଆ ଅଭିନେତା ପିଣ୍ଟୁ ନନ୍ଦଙ୍କ ଅକାଳ ବିୟୋଗ ଜନିତ ଖବର ପାଇବା ପରେ ଛତିଶଗଡ ରାଜ୍ୟପାଳ ବିଶ୍ଵଭୂଷଣ ହରିଚନ୍ଦନ ଅତ୍ୟନ୍ତ ମର୍ମାହତ ହେବା ସହିତ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ।

Advertisment

ଓଡ଼ିଆ ଆଲବମରୁ ନିଜର ଅଭିନୟ ଜୀବନ ଆରମ୍ଭ କରି ଅନେକ ଓଡ଼ିଆ ଚଳଚ୍ଚିତ୍ରରେ ସୁନ୍ଦର ଅଭିନୟ କରିଥିଲେ । ତାଙ୍କର ସୁନ୍ଦର ଅଭିନୟ ପାଇଁ ସେ ଓଡ଼ିଶା ଚଳଚ୍ଚିତ୍ର ଜଗତରେ ସୁନାମ ଅର୍ଜନ କରିଥିଲେ । ତାଙ୍କର ଏହିପରି ଅକାଳ ବିୟୋଗ ଓଡ଼ିଆ ଚଳଚ୍ଚିତ୍ର ପାଇଁ ଏକ ଅପୂରଣୀୟ କ୍ଷତି । ଏହି ଦୁଃଖଦ ମୁହୂର୍ତ୍ତରେ ରାଜ୍ୟପାଳ ତାଙ୍କ ସ୍ଵର୍ଗତ ଆତ୍ମାର ସଦଗତି କାମନା କରିବା ସହିତ ଦୁଃଖଦ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି । ସେହିପରି ବିଜେପିର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ବି ପିଣ୍ଟୁ ନନ୍ଦଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ।