ଆସନ୍ତାକାଲି ସକାଳ ୮ଟାରୁ ଆରମ୍ଭ ହେବ ଭୋଟ ଗଣତି: ପ୍ରଥମେ ପୋଷ୍ଟାଲ ଭୋଟ ଓ ପରେ ଇଭିଏମରୁ ଗଣାଯିବ ଭୋଟ୍

ମୁଖ୍ୟ ନିର୍ବାଚନ ଅଧିକାରୀ କହିଲେ କୋଭିଡ଼ନିୟମ ମାନି କରାଯିବ ଗଣତି

184

କନକ ବ୍ୟୁରୋ: ଆସନ୍ତାକାଲି ୨ଟି ଉପନିର୍ବାଚନର ଭୋଟ ଗଣତି ହେବ । ସକାଳ ୮ଟାରୁ ଭୋଟ ଗଣତି ହେବ । ଏନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆଜି ସାମ୍ବାଦିକ ସମ୍ମିଳନୀ କର ସୂଚନା ଦେଇଛନ୍ତି । ଭୋଟ ଗଣତି ପାଇଁ ୧୪ଟି ଟେବୁଲ ରହିବ । ପ୍ରଥମେ ପୋଷ୍ଟାଲ ବାଲାଟ ପରେ ଇଭିଏମ ଗଣତି ହେବ । ଗଣତି କେନ୍ଦ୍ରରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ୩ଟି କାଉଟିଂ ହଲ ରହିଛି । ପ୍ରତି ରାଉଣ୍ଡ ଅନୁସାରେ ରେଜଲ୍ଟ ଜାଣିହେବ । ବାଲେଶ୍ୱର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ଜଗତସିଂହପୁର ଏସଭିଏମ କଲେଜର ଭୋଟ ଗଣନା ହେବ ।

କୋଭିଡ ନିୟମ ମାନି ଭୋଟ ଗଣତି ହେବ । ସାମାଜିକ ଦୂରତା, ମାସ୍କ, ଫେସ ସିଲ୍ଡ,ସାନିଟାଇଜର,ୱେୟାରଲେସ ବାରିକେଡ ଓ ଟ୍ରାନ୍ସପରେଂଟ ପଲିଥିନ ସିଟ ରହିବ । ଫଳାଫଳ ବାହାରିବା ପାଇଁ କ୍ୟାମେରା ଓ ଟିଭି ରଖାଯାଇଛି । ଶେଷରେ ଭିଭିପାଟ ଗଣନା ହେବ । ଇସିଆଇ ୱେବସାଇଟରେୀ ଫଳାଫଳ ପ୍ରତି ରାଉଣ୍ଡରେ ଆସିବ । ଗଣମାଧ୍ୟମକୁ ଛୋଟ ଛୋଟ ଗ୍ରୂପରେ ସୁଟିଂ ପାଇଁ ଅନୁମତି ଦିଆଯିବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି ।