ଦୁଇ ଦିନିଆ ଓଡ଼ିଶା ଗସ୍ତରେ ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ଡି. ୱାଇ ଚନ୍ଦ୍ରଚୂଡ

342

କନକ ବ୍ୟୁରୋ : ଦୁଇ ଦିନିଆ ଓଡ଼ିଶା ଗସ୍ତରେ ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି । ଜଷ୍ଟିସ ଡି. ୱାଇ ଚନ୍ଦ୍ରଚୂଡ ଓଡ଼ିଶାରେ ପହଞ୍ଚିଛନ୍ତି । ତାଙ୍କୁ ଭୁବନେଶ୍ୱର ବିମାନ ବନ୍ଦରରେ ସ୍ୱାଗତ କରାଯାଇଛି । ଆସନ୍ତାକାଲି ଶନିବାର କଟକ ଜୁଡିସିଆଲ ଏକାଡେମୀରେ ହେବାକୁ ଥିବା ନାସନାଲ କନଫରେନ୍ସ ଅନ ଡିଜିଟାଲାଜାଇସେନ ପେପର ଲେସ କୋର୍ଟ ସମ୍ମିଳନୀରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଏହି ସମ୍ମିଳନୀରେ ବିଭିନ୍ନ ହାଇକୋର୍ଟର ବିଚାରପତିମାନେ ଯୋଗ ଦେବେ ।