ମୁଖ୍ୟମନ୍ତ୍ରୀଙ୍କ ଫୋକସରେ ସୁନ୍ଦରଗଡ : ଆଜି ସୁନ୍ଦରଗଡ଼ ଗସ୍ତ କରି ବହୁ ପ୍ରକଳ୍ପର କରିବେ ଶୁଭାରମ୍ଭ ଓ ଶିଳାନ୍ୟାସ

67

କନକ ବ୍ୟୁରୋ : ଫୋକସରେ ସୁନ୍ଦରଗଡ଼ । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁନ୍ଦରଗଡ଼ ଜିଲ୍ଲାଗସ୍ତ କରି ୧୪ଟି ପ୍ରକଳ୍ପର ଶୁଭାରମ୍ଭ କରିବେ । ସ୍ୱାସ୍ଥ୍ୟ,ଶିକ୍ଷା, ପରିମଳ, ପାନୀୟ ଜଳ, ବିଦ୍ୟୁତ ଯୋଗାଣ, ଦକ୍ଷତା ବିକାଶ ଭଳି ୧୪ଟି ପ୍ରକଳ୍ପର ଶୁଭାରମ୍ଭ କରିବେ । ମୋଟ ୪ ହଜାର ୯ଶହ ୧୫ କୋଟି ପ୍ରକଳ୍ପର ଶିଳନ୍ୟାସ କରିବେ ।

ପାନୀୟ ଜଳ ପ୍ରକଳ୍ପ ପାଇଁ ୧ ହଜାର ୬ଶହ ୧୧କୋଟି, ଜଳସେଚନ ପାଇଁ ୩ଶହ ୨୦ କୋଟି, ସ୍ୱାସ୍ଥ୍ୟସେବା ପାଇଁ ଶହେ ୧୧ କୋଟି, ରାସ୍ତାର ବିକାଶ ପାଇଁ ହଜାରେ ୬୦ କୋଟି, ଶିକ୍ଷା ପାଇଁ ୩୬୭ କୋଟି, ପରିମଳ ପାଇଁ ୨୫୦ କୋଟି, ସ୍ମାର୍ଟ ସିଟି ରାଉରକେଲା ପାଇଁ ୪୭୧ କୋଟି, ମହିଳା ଓ ଶିଶୁ ବିକାଶ ପାଇଁ ୧୩୫ କୋଟିର ପ୍ରକଳ୍ପର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେହିପରି ରାଉରକେଲାରେ ଦେଶର ସବୁଠାରୁ ବଡ଼ ହକି ଷ୍ଟାଡ଼ିୟମର ଭିତିପ୍ରସ୍ତର ସ୍ଥାପନ କରିବେ ।