ଜେପି ନଡ୍ଡାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ-ଉପ ମୁଖ୍ୟମନ୍ତ୍ରୀ ।

88

କନକ ବ୍ୟୁରୋ: ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହିତ ଦୁଇ ଉପ-ମୁଖ୍ୟମନ୍ତ୍ରୀ । ପ୍ରଧାନମନ୍ତ୍ରୀ ଏବଂ ବିଜେପି ସଭାପତିଙ୍କ ନେତୃତ୍ୱରେ ଓଡିଶାରେ ପ୍ରଥମ ଥର ବିଜେପି କ୍ଷମତାକୁ ଆସିଛି । ଆଜି ପ୍ରଥମେ ରାଜଘାଟରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଥିଲେ ମୁଖ୍ୟମନ୍ତ୍ରୀ ଏବଂ ଦୁଇ ଉପମୁଖ୍ୟମନ୍ତ୍ରୀ । ଏହାପରେ ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କରଙ୍କୁ ଭେଟିଥିଲେ । ଏବେ ଜେପି ନଡ୍ଡାଙ୍କୁ ଭେଟିଛନ୍ତି । ମୁଖ୍ୟମନ୍ତ୍ରୀ ହେବା ପରେ ମୋହନ ମାଝୀ ପ୍ରଥମ ଥର ପାଇଁ ଦିଲ୍ଲୀ ଗସ୍ତରେ ଅଛନ୍ତି । ତାଙ୍କ ସହ ଦୁଇ ଉପ-ମୁଖ୍ୟମନ୍ତ୍ରୀ ରହିଛନ୍ତି । ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ସଡକ ପରିବହନ ମନ୍ତ୍ରୀ ନୀତୀନ ଗଡକରୀଙ୍କୁ ଭେଟିଛନ୍ତି ମୋହନ ମାଝୀ । ସେହିପରି ରାଷ୍ଟ୍ରପତି ଦ୍ରୈପଦୀ ମୁର୍ମୁ ଓ ଉପରାଷ୍ଟ୍ରପତି ଜଗଦୀପ ଧନଖଡଙ୍କୁ ମଧ୍ୟ ଭେଟିଥିଲେ ।