ମୁଣ୍ଡିଆ ମାରି ଲୋକସେବା ଭବନକୁ ପ୍ରବେଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ବିଧିବଦ୍ଧ ଭାବେ ନିଜ ପ୍ରକୋଷ୍ଠରେ କାର୍ୟ୍ୟଭାର ସମ୍ଭାଳିଲେ ମୁଖ୍ୟମନ୍ତ୍ରୀ।

ମୁଣ୍ଡିଆ ମାରି ଲୋକସେବା ଭବନକୁ ପ୍ରବେଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ବିଧିବଦ୍ଧ ଭାବେ ନିଜ ପ୍ରକୋଷ୍ଠରେ କାର୍ୟ୍ୟଭାର ସମ୍ଭାଳିଲେ ମୁଖ୍ୟମନ୍ତ୍ରୀ।

କନକ ବ୍ୟୁରୋ: ଆଜିଠାରୁ ଲୋକସେବା ଭବନରେ ବିଧିବଦ୍ଧ ଭାବେ କାର୍ୟ୍ୟଭାର ସମ୍ଭାଳିଛନ୍ତି ମୁଖ୍ୟମନ୍ତ୍ରୀ। ଲୋକସେବା ଭବନରେ ପହଞ୍ଚିବା ପରେ ମୁଣ୍ଡିଆ ମାରି ଭିତରକୁ ପ୍ରବେଶ କରିଛନ୍ତି ମୋହନ ମାଝୀ। ଏହାପରେ ମୁଖ୍ୟମନ୍ତ୍ରୀଙ୍କୁ ପାଛୋଟି ନେଇଛନ୍ତି ଉପମୁଖ୍ୟମନ୍ତ୍ରୀ ଓ କ୍ୟାବିନେଟ ମନ୍ତ୍ରୀ।

ଜୁନ ୧୨ ତାରିଖରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ ମୋହନ। ତେବେ ସେ ଲୋକସେବା ଭବନର ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟକୁ ଆସି ନଥିଲେ। ରାଜ୍ୟ ଅତିଥି ଭବନରେ ଅସ୍ଥାୟୀ କାର୍ୟ୍ୟାଳୟ ଖୋଲି କାମ କରୁଥିଲେ। ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀଙ୍କ ପ୍ରକୋଷ୍ଠର ନବୀକରଣ କରାଯାଇଥିଲା। ଆଜି ସେହି ପ୍ରକୋଷ୍ଠକୁ ଯାଇଛନ୍ତି ମୋହନ ମାଝୀ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe