କନକ ବ୍ୟୁରୋ: ରାଜ୍ୟ ସଭା ସାଂସଦ ତଥା ଶିଳ୍ପୀ ରଘୁନାଥ ମହାପାତ୍ରଙ୍କ ପରଲୋକରେ ଶୋକ ପ୍ରକାଶ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ୱିଟ କରି ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି । ରଘୁନାଥ ମିଶ୍ର କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ ।
ନବୀନ ଟ୍ୱିଟ କରି ଲେଖିଛନ୍ତି, ଅନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ ଶିଳ୍ପୀ ତଥା ସାଂସଦ ରଘୁନାଥ ମହାପାତ୍ରଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଓଡ଼ିଶାର କଳା ଓ ଐତିହ୍ୟକୁ ସମୃଦ୍ଧ କରିବା ଦିଗରେ ତାଙ୍କ ଅତୁଳନୀୟ ଅବଦାନ ପାଇଁ ସେ ସର୍ବଦା ସ୍ମରଣୀୟ ରହିବେ। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।
ରଘୁନାଥ ମହାପାତ୍ରଙ୍କ ମୃତ୍ୟୁରେ ଆହୁରି ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରତାପ ଷଡଙ୍ଗୀ, ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଶୋକ ପ୍ରକାଶ କରିବା ସହ ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି ।
ଅନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ ଶିଳ୍ପୀ ତଥା ସାଂସଦ ରଘୁନାଥ ମହାପାତ୍ରଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଓଡ଼ିଶାର କଳା ଓ ଐତିହ୍ୟକୁ ସମୃଦ୍ଧ କରିବା ଦିଗରେ ତାଙ୍କ ଅତୁଳନୀୟ ଅବଦାନ ପାଇଁ ସେ ସର୍ବଦା ସ୍ମରଣୀୟ ରହିବେ। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।
— Naveen Patnaik (@Naveen_Odisha) May 9, 2021
ଭୁବନେଶ୍ୱର ଏମ୍ସ ହସ୍ପିଟାଲରେ ୭୮ ବର୍ଷ ବୟସରେ ପ୍ରାଣ ହରାଇଲେ ଶିଳ୍ପୀ ରଘୁନାଥ ମହାପାତ୍ର । ଗତ କିଛି ଦିନ ତଳେ ସେ କରୋନାରେ ଆକ୍ରାନ୍ତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ହେଲେ ଆଜି ସେ ସବୁଦିନ ପାଇଁ ସମସ୍ତଙ୍କୁ ପରକରି ଆରପାରିକୁ ଚାଲିଯାଇଛନ୍ତି । ତାଙ୍କ ପରଲୋକ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଟୁଇଟ୍ କରି ଶୋକପ୍ରକାଶ କରିଛନ୍ତି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2021/05/71b42eeb-b47b-4507-80e6-0c67178e7c61.jpg)