ରାଇମୋହନଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ: କହିଲେ, ନିଖୁଣ ଅଭିନୟ ପାଇଁ ସେ ସ୍ମରଣୀୟ ହୋଇ ରହିବେ

183

କନକ ବ୍ୟୁରୋ: ରାଇମୋହନ ପରିଡାଙ୍କ ବିୟୋଗରେ ଶୋକପ୍ରକାଶ । ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଜଣାଇଲେ ସମବେଦନା । ସେ ଟ୍ୱିଟ କରି ଲେଖିଛନ୍ତି, ରାଇମୋହନଙ୍କ ବିୟୋଗ ଖବର ପାଇ ଦୁଃଖିତ । ନାଟକ, ଯାତ୍ରା, ଫିଲ୍ମରେ ତାଙ୍କ ଅନୁପସ୍ଥିତି ଅନୁଭବ ହେବ । ତାଙ୍କ ନିଖୁଣ ଅଭିନୟ ପାଇଁ ସେ ସ୍ମରଣୀୟ ହୋଇ ରହିବେ ।

ଆଜି ରାଇମୋହନ ପରିଡା ଆତ୍ମହତ୍ୟା ଖବର ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି । ପାରିବାରିକ କଳହରୁ ଭୁବନେଶ୍ୱର ପ୍ରାଚୀ ବିହାର ସ୍ଥିତ ନିଜ ଘରେ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି । ମଞ୍ଚେଶ୍ୱର ଥାନା ପୋଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରିଛି । ସାଇଣ୍ଟିଫିକ ଟିମ୍ ମଧ୍ୟ ଘଟଣାସ୍ଥଳରେ ପହଞ୍ଚିଛି । କେଉଁ ପରିସ୍ଥିତିରେ ଓ କାହିଁକି ଆତ୍ମହତ୍ୟା କଲେ ସେ ନେଇ ତନାଘନା କରୁଛି ଟିମ୍ ।

ଓଡିଶାର ଖଳନାୟକ ଭାବେ ପରିଚିତ ରାଇମୋହନ ପରିଡା । ତାଙ୍କର ଜନ୍ମ ୧୯୬୩ ମସିହାରେ । ତାଙ୍କର ଜନ୍ମ ସ୍ଥାନ ହେଉଛି କେନ୍ଦୁଝରରେ ଉଦୟପୁର ଗ୍ରାମରେ । ସେ ଚାରି ଝିଅରେ ଗୋଟିଏ ପୁଅ ଥିଲେ । ସେଥିପାଇଁ ପରିବାରରେ ସେ ବହୁତ ଗେଲ୍ହା ଥିଲେ । ତାଙ୍କ ବାପାଙ୍କ ନାମ ହେଉଛି ତ୍ରିଲୋକନାଥ ପରିଡା । ସେ ବିଏଲଡବ୍ଲ୍ୟୁ ଭାବେ କାର୍ୟ୍ୟ କରୁଥିଲେ । ମା’ ହେଉଛନ୍ତି ତିଳୋତ୍ତମା ପରିଡା । ରାଇମୋହନ ପରିଡାଙ୍କ ପତ୍ନୀଙ୍କ ନାମ ହେଉଛି ରଞ୍ଜିତା ପରିଡା ।