ହାତୀମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । କହିଲେ, ଜାତୀୟ ସ୍ତରର ବିଶେଷଜ୍ଞଙ୍କ ପରାମର୍ଶ ନେଇ ହାତୀମୃତ୍ୟୁ ରୋକାଯାଉ

ସଂକ୍ରମଣ ହାର ଅଧିକ ଥିବା ଜିଲ୍ଲାରେ କୋଭିଡ୍ ନିୟମ କଡାକଡି କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ । ଟୀକାକରଣ ଓ ଘରକୁ ଘର ସର୍ଭେକୁ ତ୍ୱରାନ୍ୱିତ କରିବାକୁ ପରାମର୍ଶ ଦେଲେ ନବୀନ ।

କନକ ବ୍ୟୁରୋ: ହାତୀ ମୃତ୍ୟୁକୁ ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କଳାହାଣ୍ଡି କର୍ଲାପାଟ ହାତୀମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଉଦବେଗ ପ୍ରକାଶ କରିଛନ୍ତି । ଜାତୀୟ ସ୍ତରର ବିଶେଷଜ୍ଞଙ୍କ ପରାମର୍ଶ ନେଇ ହାତୀମୃତ୍ୟୁ ରୋକାଯାଉ । ଏହାସହ ଜଙ୍ଗଲ, ପରିବେଶ, ପଶୁ ସମ୍ପଦ ବିଭାଗ ମିଳିତ ଭାବେ ପଦକ୍ଷେପ ନିଅନ୍ତୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଅଭୟାରଣ୍ୟ ଓ ତାର ଆଖପାଖ ଅଞ୍ଚଳରେ ଥିବା ଗ୍ରାମ ଗୁଡିକରେ ଥିବା ଗୃହପାଳିତ ପଶୁମାନଙ୍କର ଟୀକାକରଣ ସୁନିଶ୍ଚିତ କରିବାପାଇଁ ମୁଖ୍ୟମନ୍ତ୍ରୀ  ଜିଲ୍ଲାପାଳ, ଡିଏଫଓ ଓ ଜିଲ୍ଲା ମୁଖ୍ୟ ପ୍ରାଣୀସଂପଦ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଅଭୟାରଣ୍ୟରେ ଥିବା ସମସ୍ତ ଜଳାଶୟଗୁଡିକୁ ତୁରନ୍ତ ବିଶୋଧନ କରିବା ଏବଂ ଜଳର ନମୂନା ତୁରନ୍ତ ପରୀକ୍ଷା କରିବା ସହିତ ନିୟମିତ ପରୀକ୍ଷା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି।

ବୈଠକରୁ ଜଣାଯାଇଥିଲା ଯେ, କଳାହାଣ୍ଡିର କର୍ଲାପାଟ ବନ୍ୟଜନ୍ତୁ ଅଭୟାରଣ୍ୟରେ ଗତ ଦୁଇ ସପ୍ତାହ ମଧ୍ୟରେ ୬ଟି ହାତୀଙ୍କର ମୃତ୍ୟୁ ହୋଇଛି। ବିଶେଷଜ୍ଞମାନଙ୍କ ମତ ଅନୁଯାୟୀ ଏହି ହାତୀଗୁଡିକ ପାଷ୍ଟେୟୁରେଲା ମଲ୍ଟୋସିଡା ନାମକ ଏକ ଜୀବାଣୁ ଦ୍ବାରା ସଂକ୍ରମିତ ହୋଇ ହେମୋରାଜିକ୍ ସେପ୍ଟିସେମିଆ ରୋଗରେ ମୃତ୍ୟୁବରଣ କରିଛନ୍ତି । ଏହି ଦଳରେ ସମୁଦାୟ ୮ଟି ହାତୀରୁ ୬ଟିର ମୃତ୍ୟୁ ଘଟିଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe