ବାଲେଶ୍ୱର ଓ ତିର୍ତ୍ତୋଲରେ ବିଜେଡିର ବିଜୟ । ବିଜୟୀ ପ୍ରାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ 

Advertisment
ବାଲେଶ୍ୱର ଓ ତିର୍ତ୍ତୋଲରେ ବିଜେଡିର ବିଜୟ । ବିଜୟୀ ପ୍ରାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ 

କନକ ବ୍ୟୁରୋ : ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନରେ ବିଜୟୀ ହୋଇଛି ବିଜେଡି । ବାଲେଶ୍ୱରରେ ସ୍ୱରୂପ ଦାଶ ଓ ତିର୍ତ୍ତୋଲରେ ବିଜୟ ଶଙ୍କର ଦାସ ବିପୁଳ ଭୋଟରେ ବିଜୟୀ ହୋଇଛନ୍ତି । ତେବେ ବିଜୟୀ ପ୍ରାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ କରି ଶୁଭେଚ୍ଛା ଜଣାଇଛନ୍ତି ।

ନବୀନ ପଟ୍ଟନାୟକ ଟ୍ୱିଟ କରି ଲେଖିଛନ୍ତି, ବାଲେଶ୍ୱର ସଦର ଓ ତିର୍ତ୍ତୋଲ ବିଧାନସଭା ଉପନିର୍ବାଚନରେ ବିଜୟ ହାସଲ କରିଥିବା ପ୍ରାର୍ଥୀଙ୍କୁ ଶୁଭେଚ୍ଛା। ଏହି ବିଜୟ ଆପଣମାନଙ୍କ ଭଲ ପାଇବା ଓ ଅକୁଣ୍ଠ ସମର୍ଥନର ପ୍ରତିଫଳନ। ଲୋକଙ୍କ ପାଖରେ ପହଞ୍ଚି ସେମାନଙ୍କ ହୃଦୟ ଜିଣିଥିବାରୁ ବିଜୁ ଜନତା ଦଳର ସମସ୍ତ କର୍ମୀଙ୍କୁ ସାଧୁବାଦ।

ବାଲେଶ୍ୱରରେ ୧୩ ହଜାର ୩୫୧ ଭୋଟରେ ବିଜେଡିର ସ୍ୱରୂପ ଦାସ ବିଜୟୀ ହେଇଥିବା ବେଳେ ତିର୍ତ୍ତୋଲରେ ୪୧ ହଜାର ୭୦୩ ଭୋଟରେ ବିଜେଡିର ବିଜୟ ଶଙ୍କର ଦାସ ବିଜୟୀ ହୋଇଛନ୍ତି । ତେବେ ଉଭୟ ସ୍ଥାନରେ ଭାରତୀୟ ଜନତା ପାର୍ଟି ତୃତୀୟ ସ୍ଥାନରେ ରହିଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe