ଗଞ୍ଜାମରେ ମୁଖ୍ୟମନ୍ତ୍ରୀ । ବିଭିନ୍ନ ଉନ୍ନତିମୂଳକ ପ୍ରକଳ୍ପର ଉଦଘାଟନ ଓ ଭିତିପ୍ରସ୍ତର ସ୍ଥାପନ କରିବେ ନବୀନ ପଟ୍ଟନାୟକ

313

କନକ ବ୍ୟୁରୋ : ଗଞ୍ଜାମରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କବିସୂର୍ଯ୍ୟନଗରରେ ଆୟୋଜିତ ହୋଇଥିବା କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ନବୀନ ପଟ୍ଟନାୟକ । କବିସୂର୍ଯ୍ୟନଗର ପରେ ହିଞ୍ଜିଳି ଏବଂ ଶେଷ କାର୍ଯ୍ୟକ୍ରମ ଛତ୍ରପୁର ରହିଛି । ଜିଲ୍ଲାରେ ୧ ହଜାର ୯୫୨ କୋଟି ୮୯ ଲକ୍ଷ ଟଙ୍କାର ୮୨୫ଟି ବିଭିନ୍ନ ଉନ୍ନତିମୂଳକ ପ୍ରକଳ୍ପର ଉଦଘାଟନ ଓ ଭିତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ।

୨୨ ହଜାର ୨ ଶହ ସ୍ୱୟଂ ସହାୟକ ଗୋଷ୍ଠୀର ୨ କୋଟି ୨୪ ଲକ୍ଷ ମିଶନ ଶକ୍ତି ମହିଳାଙ୍କୁ ୬୧୯ କୋଟି ଟଙ୍କାର ବିନା ସୁଧରେ ଋଣ ଓ ସହାୟତା ପ୍ରଦାନ କରିବେ । ଏହା ସହ ୨୦ ହଜାର ହିତାଧିକାରୀଙ୍କୁ ଗ୍ରାମକଣ୍ଠ ଘରଡିହ ପଟ୍ଟା ବଂଟନ କରିବେ ମୁଖ୍ୟମନ୍ତ୍ରୀ । ପ୍ରତ୍ୟେକ ସମାବେଶରେ ହଜାର ହଜାର କର୍ମୀ ଓ ନେତାଙ୍କୁ ଏକାଠି କରି ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ କରିବାକୁ ମାଷ୍ଟର ପ୍ଲାନ ପ୍ରସ୍ତୁତ କରିଛି ଦଳ ।