ତିର୍ତ୍ତୋଲ ଅଞ୍ଚଳରେ ୨ଟି ସେତୁର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୨୦୦ କୋଟି ଟଙ୍କାରେ ମହାନଦୀ ଉପରେ ହେବ ଦୁଇଟି ସେତୁ ।

Advertisment
ତିର୍ତ୍ତୋଲ ଅଞ୍ଚଳରେ ୨ଟି ସେତୁର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୨୦୦ କୋଟି ଟଙ୍କାରେ ମହାନଦୀ ଉପରେ ହେବ ଦୁଇଟି ସେତୁ ।

କନକ ବ୍ୟୁରୋ : ଆଜି ତିର୍ତ୍ତୋଲ ଅଞ୍ଚଳରେ ମହାନଦୀ ଉପରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ୧୧୮.୫୬ କୋଟି ଟଙ୍କା ବ୍ୟୟରେ ହାଇଲେବେଲ ସେତୁ ଏବଂ ପୂର୍ତ୍ତ ବିଭାଗ ପକ୍ଷରୁ ମହାନଦୀ ଉପରେ ୮୨ କୋଟି ୫୫ ଲକ୍ଷ ଟଙ୍କା ବ୍ୟୟରେ ଜଇପୁର-କଟିକଟା ହାଇଲେବେଲ ସେତୁର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଏହି ଅବସରରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ରାଜ୍ୟ ସରକାର ଭିତ୍ତିଭୂମିର ବିକାଶ ଉପରେ ସବୁବେଳେ ଜୋର ଦେଇ ଆସୁଛନ୍ତି ଏବଂ ଗତ ୨୦ ବର୍ଷ ଭିତରେ ଓଡିଶା ଭିତ୍ତିଭୂମି କ୍ଷେତ୍ରରେ ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିବାରେ ସଫଳ ହୋଇଛି। କରୋନା ଲଢେଇ ସହ ବିକାଶ କାମ ଜାରି ରହିବ । ଜୀବନ ସହ ଜୀବିକାକୁ ଗୁରୁତ୍ୱ ଦେଇ ଆଗକୁ ବଢିବାକୁ ହେବ ଏବଂ ଉଭୟ କରୋନା ଲଢେଇ ଓ ବିକାଶ କାମରେ ଜନସାଧାରଣଙ୍କ ସହଯୋଗ କାମନା କରିଥିଲେ ମୁଖମନ୍ତ୍ରୀ ।

ଏହି ଦୁଇଟି ସେତୁ ଦ୍ୱାରା ତିର୍ତ୍ତୋଲ ସହିତ କଟକ ଓ କେନ୍ଦ୍ରାପଡା ଜିଲ୍ଲାର ୨୮ଟି ଗ୍ରାମ ପଞ୍ଚାୟତର ପ୍ରାୟ ଦେଢ ଲକ୍ଷ ଲୋକ ଉପକାର ପାଇବେ।
ଢେଙ୍କାନାଳରୁ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ଇସ୍ପାତ, ଖଣି ଓ ପୂର୍ତ୍ତ ମନ୍ତ୍ରୀ ଶ୍ରୀ ପ୍ରଫୁଲ୍ଲ ମଲ୍ଲିକ କହିଥିଲେ ଯେ ମୁଖ୍ୟମନ୍ତ୍ରୀ ଦୃଢ ସଂକଳ୍ପ ନେଇ ଓଡିଶାର ବିକାଶ ପାଇଁ କାମ କରିଆସୁଛନ୍ତି। ଆଜି ଏହି ଦୁଇଟି ସେତୁ ଠିକ୍‌ ସମୟରେ ସଂପୂର୍ଣ୍ଣ ହେବ ଏବଂ ବିକାଶ ପ୍ରକ୍ରିୟାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ।

ଏହି ଅବସରରେ ଜଗତସିଂହପୁର ସାଂସଦ ରାଜଶ୍ରୀ ମଲ୍ଲିକ, ଜଗତସିଂହପୁର ବିଧାୟକ ପ୍ରଶାନ୍ତ ମୁଦୁଲି, ପାରାଦୀପ ବିଧାୟକ ସମ୍ବିତ ଦାସ ପ୍ରମୁଖ ସେମାନଙ୍କ ବକ୍ତବ୍ୟ ରଖିଥିଲେ। ଏହାସହ ଉନ୍ନୟନ କମିଶନର, ସ୍ୱତନ୍ତ୍ର ରିଲିଫ କମିଶନର, ଅର୍ଥ ବିଭାଗ ପ୍ରମୁଖ ସଚିବ, ପୂର୍ତ୍ତ ବିଭାଗ ସଚିବ ଏବଂ ମୁଖ୍ୟମନ୍ତ୍ରୀଙ୍କ ସଚିବ ପ୍ରମୁଖ ଯୋଗ ଦେଇଥିଲେ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe