କନକ ନ୍ୟୁଜ: ପୁରୀ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ହେଲିକପ୍ଟର ଯୋଗେ ଯାଇ ଶ୍ରୀସେତୁ ନିକଟ ହେଲିପ୍ୟାଡରେ ଅବତରଣ କରି ଶ୍ରୀକ୍ଷେତ୍ରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ । ଏହାପରେ ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ନବୀନ । ଏହା ସହ ଶ୍ରୀଜଗନ୍ନାଥବଲ୍ଲଭ ପ୍ରମୋଦ ଉଦ୍ୟାନ ପ୍ରଦର୍ଶନୀ ବୁଲି ଦେଖିବେ ମୁଖ୍ୟମନ୍ତ୍ରୀ ।

Advertisment

ଅନ୍ୟପଟେ ପୁରୀରେ ଆରମ୍ଭ ହୋଇଛି ନୂଆ କଟକଣା । ଭକ୍ତଙ୍କୁ ଭଲ ବ୍ୟବହାର ସହ ଉଚ୍ଚାରଣ ଓ ଆଚରଣ ଠିକ୍ ରଖିବା ପାଇଁ ସବୁ ନିଯୋଗ ଓ କର୍ମଚାରୀଙ୍କୁ ନିର୍ଦ୍ଦେଶ ଦେଇଛି ଶ୍ରୀମନ୍ଦିର ପ୍ରଶାସନ । ପ୍ରଶାସନ ପକ୍ଷରୁ କୁହାଯାଇଛି ଯେ, ଭକ୍ତ ପ୍ରଭୁଙ୍କ ଅତିଥି, ସେମାନଙ୍କୁ ଭଲ ବ୍ୟବହର କରିବା ଆବଶ୍ୟକ ।