ନୀଳମାଧବ ପୀଠ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀଙ୍କ ସଚିବ । ଉନ୍ନତିକରଣ କାମ ସମ୍ପର୍କରେ ସ୍ଥାନୀୟ ଲୋକ ଓ ସେବାୟତଙ୍କ ସହିତ କଲେ ଆଲୋଚନା

90

କନକ ବ୍ୟୁରୋ:  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦେଶ କ୍ରମେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି) ଭି କେ ପାଣ୍ଡିଆନ ଆଜି କଣ୍ଟିଲୋ ନୀଳମାଧବ ପୀଠ ପରିଦର୍ଶନରେ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବା ସହ ପୀଠର ଉନ୍ନତି ସମ୍ପର୍କରେ ସ୍ଥାନୀୟ ଲୋକ ଓ ସେବାୟତ ମାନଙ୍କ ସହିତ ଆଲୋଚନା କରିଥିଲେ ।

ନୟାଗଡ ଜିଲ୍ଲାର କଣ୍ଟିଲୋ ଏକ ପ୍ରସିଦ୍ଧ ଧାର୍ମିକ ପର୍ଯ୍ୟଟନ ସ୍ଥଳୀ । ମହାନଦୀ କୂଳରେ ନୀଳମାଧବ ପୀଠର ଶୋଭା ଅତ୍ୟନ୍ତ ମନୋରମ । ୫-ଟି କାର୍ଯ୍ୟକ୍ରମରେ ଏହି ପୀଠର ବିକାଶ କରି ଅଧିକ ପର୍ଯ୍ୟଟକଙ୍କୁ ସେଠାକୁ କିପରି ଆକୃଷ୍ଟ କରାଯାଇପାରିବ, ସେ ସମ୍ପର୍କରେ ସରକାର ପଦକ୍ଷେପ ନେଉଛନ୍ତି । ଏହା ସହିତ ଏଠାକୁ ଆସୁଥିବା ଭକ୍ତ ମାନଙ୍କ ସୁବିଧା ପାଇଁ ମଧ୍ୟ ବିଭିନ୍ନ ସୁବିଧା ସୁଯୋଗର ବିକାଶ କରାଯିବ । ଏଥି ନିମନ୍ତେ ଖୁବଶୀଘ୍ର ଏକ ମାଷ୍ଟର ପ୍ଲାନ କରାଯାଇ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ନିମନ୍ତେ ଉପସ୍ଥାପନ କରାଯିବ ବୋଲି ଜଣାଯାଇଛି । ଏଥିପାଇଁ ପୂର୍ତ୍ତ ବିଭାଗକୁ ଦାୟିତ୍ୱ ଦିଆଯାଇଛି । ଏହି ପରିଦର୍ଶନ ସମୟରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବି. ବି ଯାଦବ, ନୟାଗଡ ଜିଲ୍ଲାପାଳ ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ।