କନକ ବ୍ୟୁରୋ: ଆଜି ବଲାଙ୍ଗିର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବଲାଙ୍ଗୀର ଜିଲ୍ଲାର ଜୀବନ ରେଖା ବୋଲାଉଥିବା ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପର ଉଦଘାଟନ କରିବେ । ଯାହା ଚାଷ ଜମିକୁ ଜଳ ଓ ସ୍ଥାନୀୟ ଲୋକଙ୍କୁ ଜୀବିକା ଯୋଗାଇ ଦେବ । ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ଜରିଆରେ ୫ ହଜାର ୨୮୪ କିଲୋମିଟର ପର୍ଯ୍ୟନ୍ତ ଜଳସେଚନ ସୁବିଧା ମିଳିବ । ଫଳରେ ବଲାଙ୍ଗିର ଓ ସୁବର୍ଣ୍ଣପୁରର ୮୦ ହଜାରରୁ ଅଧିକ ଚାଷୀ ନିଜ ଜମିରେ ଜଳସେଚନ କରିପାରିବେ । ଏହାଛଡା ବଲାଙ୍ଗିର ଜିଲ୍ଲାର ୨ଟି ସହରାଞ୍ଚଳ ୭୦ ହଜାର ଜନସଂଖ୍ୟା ପାଇଁ ପାନୀୟ ଜଳ ବ୍ୟବସ୍ଥା ହେବ ।

ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ବଲାଙ୍ଗୀରରେ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତ କରାଯାଇଛି । ଆଜି ମୁଖ୍ୟମନ୍ତ୍ରୀ ବଲାଙ୍ଗିର ଜିଲ୍ଲାରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବା ସହ ଲୋୟର ସୁକତେଲ ପ୍ରକଳ୍ପର ଉଦଘାଟନ କରିବା କାର୍ଯ୍ୟକ୍ରମ ରହିଛି । ୩୦୫ କୋଟି ଟଙ୍କା ବ୍ୟୟରେ ନିର୍ମିତ ହୋଇଥିବା ୬୯ଟି ଭିତିଭୂମି ଉନ୍ନୟନ ପ୍ରକଳ୍ପର ଉଦଘାଟନ କରିବେ । ଏଥିସହ ୨ହଜା ୨୨୦ କୋଟି ଟଙ୍କା ବ୍ୟୟ ଅଟକଳରେ ନିର୍ମାଣ ହେବାକୁ ଥିବା ୧୧୨ଟି ପ୍ରକଳ୍ପର ଭିତିପ୍ରସ୍ତର ସ୍ଥାପନ କରିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ ମୁଖ୍ୟମନ୍ତ୍ରୀ ବଲାଙ୍ଗିର ଜିଲ୍ଲା ପାଇଁ ଅନେକ ମହତ୍ୱପୂର୍ଣ୍ଣ ଘୋଷଣା କରିବା ସମ୍ଭାବନା ରହିଛି ।