ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କଳାହାଣ୍ଡି ଗସ୍ତ । ଖରିଆର ଓ ଭବାନୀପାଟଣାରେ ଜନସଭାକୁ କରିବେ ସମ୍ବୋଧନ । 

94

କନକ ବ୍ୟୁରୋ: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଳାହାଣ୍ଡି ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ନବୀନ ଜିଲ୍ଲାର ୭ଟି ନିର୍ବାଚନ ମଣ୍ଡଳୀ ଓ କଳାହାଣ୍ଡି ଲୋକସଭା ନିର୍ବାଚନ ମଣ୍ଡଳୀରେ ବିଜେଡି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ । ଖରିଆର ଓ ଭବାନୀପାଟଣାରେ ମୁଖ୍ୟମନ୍ତ୍ରୀ ଦୁଇଟି ଜନସଭା କରିବାର କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀ ପୂର୍ବାହ୍ନରେ ଭବାନୀପାଟଣାରେ ପହଞ୍ଚିିବେ । ଏହାପରେ ଶ୍ରୀକ୍ରିଷ୍ଣାନଗର ପଡ଼ିଆରେ ଜନସଭା ସମ୍ବୋଧନ କରିବେ ।