ଧାମନଗର ଉପନିର୍ବାଚନ ପାଇଁ ଜମୁଛି କ୍ୟାମ୍ପେନିଂ । ଆଜି ଭର୍ଚୁଆଲ ମାଧ୍ୟମରେ ପ୍ରଚାରକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

94

କନକ ବ୍ୟୁରୋ : ଆଜି ଧାମନଗର ଉପନିର୍ବାଚନ ପାଇଁ ଭର୍ଚୁଆଲ ମାଧ୍ୟମରେ ପ୍ରଚାରକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦଳୀୟ ପ୍ରାର୍ଥୀ ଅବନ୍ତୀ ଦାସଙ୍କ ପାଇଁ ପ୍ରଚାର ମଇଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ । ୬ଟି ଯାକ ଜିଲ୍ଲା ପରିଷଦ ଜୋନରେ ଏଲଇଡି ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କ ପ୍ରଚାରକୁ ପ୍ରସାରଣ କରାଯିବ । ମୁଖ୍ୟମନ୍ତ୍ରୀ ପ୍ରଚାର ପାଇଁ ପୂରା ବିଜେଡି ଶିବିର ଚଳଚଂଚଳ । ୬ଟି ଜୋନରେ ହଜାର ହଜାର ସଂଖ୍ୟାରେ ବିଜେଡି କର୍ମୀ ଏକାଠି ହେବା ପାଇଁ ଦଳ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି ।
ଅନ୍ୟପଟେ ଲୋକଙ୍କ ନିକଟତର ହେବା ପାଇଁ କଂଗ୍ରେସ ଓ ସ୍ୱାଧୀନ ପ୍ରାର୍ଥୀ ରାଜୁ ଦାସ ମଧ୍ୟ ଜୋରଦାର ପ୍ରଚାର କରୁଥିବା ବେଳେ ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜଙ୍କ ପାଇଁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ପଦଯାତ୍ରା କରି ଲୋକଙ୍କୁ ଭୋଟ ଭିକ୍ଷା କରୁଛି ବିଜେପି