ଆଜି ମୁଖ୍ୟମନ୍ତ୍ରୀଙ୍କ ସୁନ୍ଦରଗଡ ଗସ୍ତ : ୩.୩୭ ଲକ୍ଷ ହିତାଧିକାରୀଙ୍କୁ ମିଳିବ ବିଜୁ ସ୍ୱାସ୍ଥ୍ୟ ସ୍ମାର୍ଟ କାର୍ଡ

158

କନକ ବ୍ୟୁରୋ : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁନ୍ଦରଗଡ ଜିଲ୍ଲାରେ ହିତାଧିକାରୀଙ୍କୁ ‘ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା’ ସ୍ମାର୍ଟ କାର୍ଡ ବଣ୍ଟନ କରିବେ । ଆଇଜିଏଚ୍‌ ସୁପର ସ୍ପେଶିଆଲିଟି ହସ୍ପିଟାଲ ସମ୍ମିଳନୀ କକ୍ଷରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ । ପୂର୍ବାହ୍ନ ୧୧ଟାରେ ରାଉରକେଲା ବିମାନ ବନ୍ଦରରୁ ବାହାରି ୧୧ଟା ୫ ମିନିଟ୍‌ରେ ସୁପର ସ୍ପେଶିଆଲିଟି ହସ୍ପିଟାଲ ସମ୍ମିଳନୀ କକ୍ଷରେ ପହଞ୍ଚିବେ । ୧୧ଟା ୨୭ ମିନିଟ୍‌ରେ ସ୍ମାର୍ଟ ସ୍ବାସ୍ଥ୍ୟ କାର୍ଡର ବଣ୍ଟନର ଶୁଭାରମ୍ଭ କରିବେ । ୧୧ଟା ୩୬ ମିନିଟ୍‌ରେ ଜିଲ୍ଲାର କିଛି ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣର କରିବେ । ପୂର୍ବାହ୍ନ ୧୧ଟା ୩୮ ମିନିଟ୍‌ରେ ଜିଲ୍ଲାବାସୀଙ୍କୁ ସମ୍ବୋଧିତ କରି ଭୁବନେଶ୍ବର ଫେରିଯିବାର କାର୍ଯ୍ୟକ୍ରମ ରହିଛି ।

ସୁନ୍ଦରଗଡ ଜିଲ୍ଲାର ମୋଟ ୪ ଲକ୍ଷ ୩୭ ହଜାର ୩୩୩ ରାସନକାର୍ଡ ଧାରୀଙ୍କୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ କାର୍ଡ ବଣ୍ଟନ କରାଯିବ । ଏହି କାର୍ଡରୁ ଜିଲ୍ଲାର ମୋଟ ୧୫ ଲକ୍ଷ ୯ ହଜାର ୬୩୧ ଲୋକ ମାଗଣା ସ୍ବାସ୍ଥ୍ୟ ସେବା ପାଇବେ । ରାଉରକେଲା ମୋଟ ୬୮ ହଜାର୫୭୫ ରାସନ କାର୍ଡଧାରୀଙ୍କୁ ବିଜୁ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ମିଳିବ । ଏହା ଦ୍ବାରା ୨ ଲକ୍ଷ ୨୩ ହଜାର ୪୧୮ ଜଣ ଉପକୃତ ହେବ । ସୁନ୍ଦରଗଡ ପୌରପାଳିକାରେ ୫, ୪୦୭, ରାଜଗାଙ୍ଗପୁର ପୌରପାଳିକାରେ୮,୭୯୧, ବୀରମିତ୍ରପୁର ପୌରପାଳିକାରେ ୬, ୫୧୪ ଜଣଙ୍କୁ ବିଜୁ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ମିଳିବ ।

ସେହିଭଳି ବାଲିଶଙ୍କରା ବ୍ଲକରେ ୨୩, ୧୪୯, ବଡଗାଁରେ ୧୮,୨୪୦, ବିଶ୍ରାରେ ୧୬,୭୦୫, ବଣାଇରେ୧୫,୯୮୯, ଗୁରୁଣ୍ଡିଆରେ ୧୭,୩୬, ହେମଗିରିରେ ୨୧,୫୯୮, କୋଇଡାରେ୧୮,୭୯୦, କୁଆରମୁଣ୍ଡାରେ୨୪,୬୫୮, କୁତ୍ରାରେ୧୯,୫୭୬ କାର୍ଡଧାରୀଙ୍କୁ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ମିଳିବ । ଅନୁରୂପ ଭାବେ ଲହୁଣୀପଡା ବ୍ଲକରେ ୨୩,୪୭୩, ଲାଠିକଟାରେ୨୬,୩୩୭୮, ଲେଫ୍ରିପଡାରେ ୨୦,୪୬୪, ନୂଆଗାଁରେ୨୬,୩୩୭, ରାଜଗାଙ୍ଗପୁରରେ ୨୪,୭୦, ସବଡେଗାରେ ୧୬,୪୮୫, ସୁନ୍ଦରଗଡ ସଦର ବ୍ଲକରେ୧୭,୭୫୦, ଟାଙ୍ଗରପାଲି ବ୍ଲକରେ୧୭,୩୮୯ ରାସନ କାର୍ଡଧାରୀଙ୍କୁ ଏହି ସ୍ମାର୍ଟ ସ୍ବାସ୍ଥ୍ୟ କାର୍ଡ ବଣ୍ଟନ କରାଯିବ ।