ଛତିଶଗଡରେ ଆହତ ଯବାନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେବ ସାଏ । ମେଡିକାଲରେ ପହଞ୍ଚିି ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ।

112

କନକ ବ୍ୟୁରୋ: ଛତିଶଗଡରେ ଆହତ ଯବାନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେବ ସାଏ । ମେଡିକାଲରେ ପହଞ୍ଚି ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ସେମାନଙ୍କ ଉନ୍ନତମାନର ଚିକିତ୍ସା ନିଶ୍ଚିତ କରାଇଛନ୍ତି ।

ଛତିଶଗଡ଼ରେ ବଡ଼ ଧରଣର ମାଓ ଆକ୍ରମଣ ହୋଇଛି । ସୁକମା-ବିଜାପୁର ଜିଲ୍ଲା ସୀମାରେ ଥିବା ଟେକଲଗୁଡେମ୍ ଗାଁ ନିକଟରେ ଗୁଳିବିନିମୟ ହୋଇଛି । ଏଥିରେ ୩ ଜଣ ଯବାନ ସହିତ ହୋଇଥିବା ବେଳେ ୧୪ ଜଣ ଯବାନ ଆହତ ହୋଇଛନ୍ତି । ଆହତ ଯବାନମାନଙ୍କୁ ଚିକିତ୍ସା ପାଇଁ ରାୟପୁରକୁ ଏୟାରଲିଫ୍ଟ କରାଯାଇଛି । ସୁରକ୍ଷା କର୍ମୀଙ୍କ ପାଲଟା ଜବାବରେ ୬ ଜଣ ମାଓବାଦୀ ମଧ୍ୟ ପ୍ରାଣ ହରାଇଛନ୍ତି । ଯବାନମାନେ ନୂଆ କ୍ୟାମ୍ପ ନିର୍ମାଣ କରି ମାଓ ଗତିବିଧି ଅନୁଧ୍ୟାନ କରୁଥିବା ବେଳେ ମାଓବାଦୀମାନେ ଅତର୍କିତ ଆକ୍ରମଣ କରିଥିଲେ । ଉପସ୍ଥିତ ଥିବା କୋବ୍ରା, ଏସଟିଏଫ ଏବଂ ଡିଆର୍ଜି ଫୋର୍ସର ମିଳିତ ଟିମ୍ ଆକ୍ରମଣର ଜବାବ୍ ଦେଇଥିଲେ । ଦୁଇ ପକ୍ଷର ଏହି ଗୁଳି ବିନିମୟରେ ୩ଜଣ ଯବାନ ସହିଦ ହୋଇଛନ୍ତି ।

ତେବେ ସୁରକ୍ଷାବଳର ପ୍ରତି ଆକ୍ରମଣରେ ମାଓବାଦୀମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ । ଜୋନାଗଡ଼-ଆଲିଗୁଡ଼ା ଅଞ୍ଚଳରେ ମାଓ ବିରୋଧୀ ଅପରେସନ୍ ଚାଲିଥିବା ବେଳେ ଏହି ଘଟଣା ଘଟିଛି । ୨୦୨୧ ମସିହାରେ ଏହି ଟେକଲଗୁଡେମ୍ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ ହୋଇଥିଲା । ସେପଟେ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଆହତ ଯବାନଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ । ଆହତ ଯବାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ।