ଆଜି ଗଞ୍ଜାମ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ : ତାରାତାରିଣୀ ପୀଠରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର କରିବେ ଉଦଘାଟନ; ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

89

କନକ ବ୍ୟୁରୋ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଗଞ୍ଜାମ ଗସ୍ତରେ ଯିବେ । ଜିଲ୍ଲାର ଅଧିଷ୍ଠାତ୍ରୀ ମା’ ତାରାତାରିଣୀଙ୍କ ନୂତନ ମନ୍ଦିରର ପ୍ରତିଷ୍ଠା ଉତ୍ସବରେ ଯୋଗଦେବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ତାରାତାରିଣୀ ପୀଠରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ କରିବେ ।

ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଗତକାଲି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ ପାଣ୍ଡିଆନ୍ ତାରତାରିଣୀ ପୀଠ ଗସ୍ତ କରି ଆୟୋଜନ ସମ୍ପର୍କରେ ଅନୁଧ୍ୟାନ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ସେଠାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଥିବା ସୂଚନା ଦେଇଛନ୍ତି ଜିଲ୍ଲାପାଳ ।

ଏହି ଉତ୍ସବରେ ବିଧାୟକମାନଙ୍କ ସହ ନବନିର୍ବାଚିତ ଜନପ୍ରତିନିଧି ଓ ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀର ମହିଳାମାନେ ସାମିଲ୍ ହେବେ । ରାଜ୍ୟ ସରକାରଙ୍କ ପକ୍ଷରୁ ୧୧୭ କୋଟିରୁ ଅଧିକ ଟଙ୍କା ବ୍ୟୟରେ ମନ୍ଦିରର ପୁନଃରୁଦ୍ଧାର କାର୍ଯ୍ୟ କରାଯାଇଛି ।