କନକ ବ୍ୟୁରୋ: ଶରଧାବାଲିରେ ମୁଖ୍ୟମନ୍ତ୍ରୀଙ୍କ ସଫେଇ ପୁରୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଆସନ୍ତାକାଲି ରଥଯାତ୍ରା ପୂର୍ବରୁ ଆଜି ସକାଳେ ପୁରୀରେ ପହଂଚିଛନ୍ତି ମୁଖ୍ୟମନ୍ତ୍ରୀ। ଶରଥବାଲିରେ ପହଂଚିବା ପରେ ହାତରେ ଝାଡୁ ଧରି ସଫେଇ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଏବଂ ପ୍ରଭାତୀ ପରିଡା ମଧ୍ୟ ସାମିଲ ହୋଇଛନ୍ତି। ସେହିପରି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଓ କ୍ରୀଡ଼ା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜଙ୍କ ସହ ବିଧାୟକମାନେ ମଧ୍ୟ ହାତରେ ଝାଡୁ ଧରି ଶରଧାବାଲିରେ ସଫେଇ କରିଥିଲେ। ଏଥିରେ କିଛି ସ୍ୱେଚ୍ଛାସେବୀ ସଂଗଠନ ମଧ୍ୟ ସାମିଲ ହୋଇଛନ୍ତି।

Advertisment