କନକ ବ୍ୟୁରୋ: ରାଜ୍ୟରେ ଦୁଇଟି ପର୍ଯ୍ୟାୟରେ ଶେଷ ହୋଇଛି ନିର୍ବାଚନ । ବାକି ଥିବା ଦୁଇଟି ପର୍ଯ୍ୟାୟରେ ନିଜ ଦଳର ପ୍ରାର୍ଥୀଙ୍କୁ ବଳ ଦେବାକୁ ପ୍ରଚାରକୁ ଜୋରଦାର କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଆଜି ମୁଖ୍ୟମନ୍ତ୍ରୀଙ୍କର ମାରାଥନ ପ୍ରଚାର କାର୍ଯ୍ୟକ୍ରମ ରହିଛି ।
ପ୍ରଥମେ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ଖୋର୍ଦ୍ଧା ଜିଲ୍ଲା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ଏଥିପାଇଁ ହାବେଳି ପଡ଼ିଆରେ ଅସ୍ଥାୟୀ ହେଲିପ୍ୟାଡର ବ୍ୟବସ୍ଥା ମଧ୍ୟ ହୋଇଛି । ଏଠାରେ ନିର୍ବାଚନୀ ସଭାକୁ ସମ୍ବୋଧନ କରିବା ସହ ବିଜେଡି ପ୍ରାର୍ଥୀଙ୍କ ପାଇଁ ଭୋଟ ଭିକ୍ଷା କରିବେ ନବୀନ । ଏହାପରେ ପୁଣି ହେଲିକପ୍ଟର ଯୋଗେ ନୟାଗଡ଼ ଷ୍ଟାଡିଅମରେ ପହଞ୍ଚି ସେଠାରେ ମଧ୍ୟ ପ୍ରଚାର କରିବେ । ଶେଷରେ ପୁରୀ ତାଳବଣିଆରେ ନିର୍ବାଚନୀ ସଭାରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t075448932z-whatsapp-image-2025-12-17-at-12423-pm-2025-12-17-13-24-48.jpeg)
/kanak/media/post_attachments/wp-content/uploads/2024/05/2-42.jpg)