ଆଜି ମୁଖ୍ୟମନ୍ତ୍ରୀଙ୍କ ମାରାଥନ ପ୍ରଚାର । ଖୋର୍ଦ୍ଧା, ନୟାଗଡ଼ ଓ ପୁରୀରେ ଜନସଭାକୁ କରିବେ ସମ୍ବୋଧନ ।

308

କନକ ବ୍ୟୁରୋ: ରାଜ୍ୟରେ ଦୁଇଟି ପର୍ଯ୍ୟାୟରେ ଶେଷ ହୋଇଛି ନିର୍ବାଚନ । ବାକି ଥିବା ଦୁଇଟି ପର୍ଯ୍ୟାୟରେ ନିଜ ଦଳର ପ୍ରାର୍ଥୀଙ୍କୁ ବଳ ଦେବାକୁ ପ୍ରଚାରକୁ ଜୋରଦାର କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଆଜି ମୁଖ୍ୟମନ୍ତ୍ରୀଙ୍କର ମାରାଥନ ପ୍ରଚାର କାର୍ଯ୍ୟକ୍ରମ ରହିଛି ।

ପ୍ରଥମେ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ଖୋର୍ଦ୍ଧା ଜିଲ୍ଲା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ଏଥିପାଇଁ ହାବେଳି ପଡ଼ିଆରେ ଅସ୍ଥାୟୀ ହେଲିପ୍ୟାଡର ବ୍ୟବସ୍ଥା ମଧ୍ୟ ହୋଇଛି । ଏଠାରେ ନିର୍ବାଚନୀ ସଭାକୁ ସମ୍ବୋଧନ କରିବା ସହ ବିଜେଡି ପ୍ରାର୍ଥୀଙ୍କ ପାଇଁ ଭୋଟ ଭିକ୍ଷା କରିବେ ନବୀନ । ଏହାପରେ ପୁଣି ହେଲିକପ୍ଟର ଯୋଗେ ନୟାଗଡ଼ ଷ୍ଟାଡିଅମରେ ପହଞ୍ଚି ସେଠାରେ ମଧ୍ୟ ପ୍ରଚାର କରିବେ । ଶେଷରେ ପୁରୀ ତାଳବଣିଆରେ ନିର୍ବାଚନୀ ସଭାରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।