ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ହେଲେ ଅରିନ୍ଦମ ଡାକୁଆ ଏବଂ ଅତିରିକ୍ତ ସଚିବ ହେଲେ ଅନୁପମ ଶାହା ।

ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ହେଲେ ଅରିନ୍ଦମ ଡାକୁଆ ଏବଂ ଅତିରିକ୍ତ ସଚିବ ହେଲେ ଅନୁପମ ଶାହା ।

କନକ ବ୍ୟୁରୋ: ବହୁ ପ୍ରତୀକ୍ଷା ଓ ଚର୍ଚ୍ଚାରେ ପଡ଼ିଲା ପୂର୍ଣ୍ଣଚ୍ଛେଦ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇଲେ ଅରିନ୍ଦମ ଡାକୁଆ । ଏହାସହ ଅନୁପମ ଶାହା ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ମିଳିଥିବା ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ପ୍ରେସ ବାର୍ତ୍ତା ଦିଆଯାଇଛି । ତେବେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇଥିବା ଅରିନ୍ଦମ ଡାକୁଆ କଟକ ଜିଲ୍ଲାପାଳ ଭାବେ କାର୍ଯ୍ୟରତ ଅଛନ୍ତି । ସେହିପରି ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ଦିଆଯାଇଥିବା ଅନୁପମ ଶାହା ଜଗତସିଂହପୁର ଜିଲ୍ଲାପାଳ ଭାବେ କାର୍ଯ୍ୟରତ ଅଛନ୍ତି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe