କନକ ବ୍ୟୁରୋ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମୀକ୍ଷା ପରେ ୧୨ଟି ଜିଲ୍ଲାର ଜିଲ୍ଲାପାଳ ଓ ତିନିଜଣ ଆରଡିସିଙ୍କ ସହ ଆଲୋଚନା କରିଛନ୍ତି ମୁଖ୍ୟଶାସନ ସଚିବ । ରାତି ତମାମ ବିପଦପୂର୍ଣ୍ଣ ନଦୀ ଉପରେ ନଜର ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି । ରାତି ଯାକ ପ୍ରଶାସନିକ ପାଟ୍ରୋଲିଂ ଜାରି ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଆବଶ୍ୟକ ସ୍ଥଳରେ ରାତି ସୁଦ୍ଧା ଲୋକଙ୍କୁ ସ୍ଥାନାନ୍ତର କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ ।
ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦ୍ରାପଡା, ଯାଜପୁର ଓ ଭଦ୍ରକରେ ମୁତୟନ ହୋଇଛନ୍ତି ଏନଡିଆରଏଫ ଓ ଓଡ୍ରାଫ ଟିମ୍ । ସୁନ୍ଦରଗଡ, ସମ୍ବଲପୁର, ବଲାଙ୍ଗୀର, ସୋନପୁର ଜିଲ୍ଲାରେ ପ୍ରଶାସନକୁ ରାତି ଯାକ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇପାରେ । ବୈତରଣୀ ନଦୀ ଉପରେ ସତର୍କ ନଜର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2020/08/21-22.jpg)