ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରସଙ୍ଗରେ ମୁଖ୍ୟ ଶାସନ ସଚିବଙ୍କ ପ୍ରତିକ୍ରିୟା । କହିଲେ, ଶ୍ରୀମନ୍ଦିର ସୁରକ୍ଷା ପ୍ରତି ନାହିଁ କୌଣସି ବିପଦ ।

130

କନକ ବ୍ୟୁରୋ : ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟ ଶାସନ ସଚିବ । କହିଛନ୍ତି, ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ଦ୍ୱାରା ଶ୍ରୀମନ୍ଦିର ସୁରକ୍ଷା ପ୍ରତି କୌଣସି ବିପଦ ନାହିଁ । ଭାରତୀୟ ପ୍ରତ୍ନତତ୍ତ୍ୱ ବିଭାଗ ସହ ସମନ୍ୱୟ ରଖି ପ୍ରକଳ୍ପ କାର୍ଯ୍ୟ ଆଗଉଥିବା କହିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର । ସେ କହିଛନ୍ତି, ଶ୍ରଦ୍ଧାଳୁଙ୍କ ସୁବିଧା ପାଇଁ ପ୍ରକଳ୍ପ କାର୍ଯ୍ୟ ଚାଲିଛି । ପ୍ରକଳ୍ପକୁ ଅଧିକ ତ୍ୱରାନ୍ୱିତ କରିବାକୁ ଏଏସଆଇ ସହ ଯୋଗସୂତ୍ର ରଖି କାମ ଚାଲିଥିବା କହିଛନ୍ତି ମୁଖ୍ୟ ଶାସନ ସଚିବ । ପ୍ରକଳ୍ପ ଲାଗି ପୁରୀବାସୀ ଉତ୍ସର୍ଗ ମନୋଭାବ ରଖି ଜାଗା ଛାଡ଼ିଛନ୍ତି । ଏହାକୁ ସଠିକ ଭାବେ କାର୍ଯ୍ୟକାରୀ କରାଯିବ ବୋଲି କହିଛନ୍ତି ମୁଖ୍ୟ ଶାସନ ସଚିବ ।