କନକ ବ୍ୟୁରୋ : ରାଜ୍ୟକୁ ପୁଣି ଫେରିଲା ଶୀତ ଲହରି । ଗତ ୨୪ ଘଂଟା ମଧ୍ୟରେ ଦାରିଙ୍ଗବାଡିରେ ସର୍ବନିମ୍ନ ୬ ଦଶମିକ ୫ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । କୋରାପୁଟ ସେମିଳିଗୁଡ଼ାରେ ୮ ଡିଗ୍ରୀ ରେକର୍ଡ କରାଯାଇଛି । କେନ୍ଦୁଝର, ଫୁଲବାଣୀ ଓ କିରେଇରେ ମଧ୍ୟ ସର୍ବନିମ୍ନ ତାପମାତ୍ରା ୮ ଡିଗ୍ରୀ ରେକର୍ଡ ହୋଇଛି । ରାଜଧାନୀ ଭୁବନେଶ୍ୱରରେ ରାତି ତାପମାତ୍ରା ୧୨ ଦଶମିକ ୧ ଡିଗ୍ରୀ ଓ କଟକରେ ୧୩ ଡିଗ୍ରୀ ରେକର୍ଡ କରାଯାଇଛି । ଆସନ୍ତା ଦୁଇ ଦିନ ଏପରି ତାପମାତ୍ରା ରହିବ ଓ ପ୍ରବଳ ଶୀତ ଅନୁଭୂତ ହେବ ।

Advertisment

ଆଜି ୧୩ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । କଳାହାଣ୍ଡି, କନ୍ଧମାଳ, ନୂଆପଡା, ବରଗଡ, ବଲାଙ୍ଗୀର, ସୋନପୁର, ବୌଦ୍ଧ, ସମ୍ବଲପୁର, ଦେବଗଡ, ଝାରସୁଗୁଡା, ସୁନ୍ଦରଗଡ, ଅନୁଗୁଳ ଓ କେନ୍ଦୁଝର ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଅଧିକ ଶୀତଲହରି ଅନୁଭୂତ ହେବା ସମ୍ଭାବନା ରହିଛି । ସେହିପରି ୩୦ତାରିଖରୁ ୩୧ତାରିଖ ସକାଳ ସାଢେ ୮ଟା ପର୍ଯ୍ୟନ୍ତ ୫ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଝାରସୁଗୁଡା, ବଲାଙ୍ଗୀର, ବରଗଡ, ସୋନପୁର ଓ କଳହାଣ୍ଡି ଜିଲ୍ଲାରେ ପ୍ରବଳ ଶୀତ ଅନୁଭୂତ ହେବାର ସମ୍ଭାବନା ରହିଛି ।