ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ : ଅପରାହ୍ଣ ୪ଟାରେ ଆସିବ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ

97

କନକ ବ୍ୟୁରୋ : ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ । ଉଭୟ ବିଜ୍ଞାନ ଏବଂ ବାଣିଜ୍ୟ ଫଳ ଆଜି ପ୍ରକାଶ ପାଇବ । ଅପରାହ୍ନ ୪ଟାରେ ପରିଷଦ କାର୍ଯ୍ୟାଳୟରେ ପରୀକ୍ଷାଫଳ ପୁସ୍ତିକା ଉନ୍ମୋଚନ କରିବା ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ । ଏହା ପରେ www.orisssaresults.nic.in ପରୀକ୍ଷାଫଳ ଉପଲବ୍ଧ ହେବ । ଛାତ୍ରଛାତ୍ରୀ ନିଜ ରୋଲ ନଂବର ଦାଖଲ କରି ରେଜଲ୍ଟ ଜାଣିପାରିବେ । ସେହିପରି ସପ୍ତାହକ ମଧ୍ୟରେ କଳା ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ଗଣଶିକ୍ଷା ମନ୍ତ୍ରୀ ସୂଚନା ଦେଇଛନ୍ତି ।

ପ୍ରତିବର୍ଷ ପରି ଚଳିତଥର ମଧ୍ୟ ବିଜ୍ଞାନ ଓ ବାଣିଜ୍ୟର ସମସ୍ତ ଉତର ଖାତା ଇ-ମୂଲ୍ୟାୟନ କରାଯାଇଛି । ମୂଲ୍ୟାୟନରେ ସ୍ୱଚ୍ଛତା ବଜାୟ ରଖିବା ଲାଗି ପ୍ରତି କେନ୍ଦ୍ରରେ ସିସିଟିଭି ଲଗାଯାଇଥିଲା । ପରୀକ୍ଷା ଖାତା ଦେବାକୁ ୧୨ ହଜାରରୁ ଅଧିକ ଅଧ୍ୟାପକଙ୍କୁ ନିଯୁକ୍ତ କରାଯାଇଥିଲା । ଚଳିତ ବର୍ଷ ରାଜ୍ୟର ୧୧୩୩ଟି ପରୀକ୍ଷା କେନ୍ଦ୍ରରେ ୩ ଲକ୍ଷ ୨୧ ହଜାର ୫୦୮ ପରୀକ୍ଷାର୍ଥୀ ପରୀକ୍ଷା ଦେବାକୁ ପଞ୍ଜିକରଣ କରିଥିଲେ । ସେମାନଙ୍କ ମଧ୍ୟରୁ କିଛି ଛାତ୍ର ଅନୁପସ୍ଥିତ ରହିଥିବା ନଜରକୁ ଆସିଥିଲା ।