ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟି ତଥ୍ୟ ଲିକ ଘଟଣା : ପାକ୍ ଯୁବତୀଙ୍କ ସହ ଅଶ୍ଳୀଳ ଭିଡିଓ ଚାଟ୍ କରୁଥିଲେ ଅଭିଯୁକ୍ତ

ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟି କ୍ୟାମ୍ପସରେ ଥିବା ଷ୍ଟେଟ ବ୍ୟାଙ୍କ ଆକାଉଂଟରୁ ବିଦେଶରୁ ହୋଇଛି ଟଙ୍କା କାରବାର

417

କନକ ବ୍ୟୁରୋ : ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟି ତଥ୍ୟ ଲିକ ଘଟଣାରେ ସାମ୍ନାକୁ ଆସୁଛି ଆହୁରି ସାଂଘାତିକ ତଥ୍ୟ । ସୂଚନା ଅନୁସାରେ, ତଥ୍ୟ ଲିକ ନେଇ ଗିରଫ ୪ ଅଭିଯୁକ୍ତ କ୍ଷେପଣାସ୍ତ୍ର ଘାଟିର କ୍ୟାମ୍ପସ ଭିତରେ ଥିବା ବ୍ୟାଙ୍କରୁ ବିଦେଶୀ ମୁଦ୍ରା କାରବାର କରିଛନ୍ତି । ଗିରଫ ୪ ଜଣକ ମଧ୍ୟରୁ ପାକ ମହିଳାଙ୍କ ସହ ବସନ୍ତ ବେହେରାର ଅଧିକ ସମ୍ପର୍କ ଥିଲା । ମହିଳାଙ୍କ ସହ ହ୍ୱାଟ୍ସଅପ ଭିଡିଓରେ ଭିଡିଓ କଲିଂ ଓ ଚାଟ କରୁଥିଲା ବସନ୍ତ । ଏପିରିକି ଅଶ୍ଲୀଳ ଭିଡିଓ ଚାଟ ବି ହୋଇଥିବା ସାଂଘାତିକ ସତ ସାମ୍ନାକୁ ଆସୁଛି । ବସନ୍ତ ମାଧ୍ୟମରେ ଅନ୍ୟ ଅଭିଯୁକ୍ତଙ୍କ ସହ ମହିଳାଙ୍କ ସମ୍ପର୍କ ଯୋଡି ହୋଇଥିଲା । ଏପରିକି ମହିଳା ଜଣକ ଚାନ୍ଦିପୁର ଆସିବାକୁ ଚାହୁଁଥିବା ବି ଜଣାଯାଇଛି ।

ସୂଚନା ଅନୁସାରେ, ହନି ଟ୍ରାପ ଜରିଆରେ ହେଉଥିଲା ତଥ୍ୟ ଲିକ୍ । ପାକିସ୍ତାନର ଜଣେ ମହିଳାଙ୍କ ସହ ଗିରଫ ଠିକା କର୍ମଚାରୀ ଯୋଗାଯୋଗରେ ଥିଲେ । କଲ ରେକର୍ଡରେ ମହିଳାଙ୍କ ସ୍ୱର ଥିବା ସୂଚନା ମିଳିଛି । ମହିଳାଙ୍କ ସହ ସମସ୍ତ ଅଭିଯୁକ୍ତଙ୍କ ସମ୍ପର୍କ ହୋଇଥିଲା । ଜଣକ ପରେ ଜଣେ ଏହି ମହିଳାଙ୍କ ସମ୍ପର୍କରେ ଆସିଥିଲେ । ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରୁ ପ୍ରତ୍ୟେକ ଦିନର କାର୍ଯ୍ୟର ତଥ୍ୟ ପାଇବା ଲାଗି ବିଭିନ୍ନ ବାହାନାରେ ଟଙ୍କା ପଠାଉଥିବା ସୂଚନା ମିଳିଛି । ଅଭିଯୁକ୍ତମାନେ ପାକିସ୍ତାନୀ ମହିଳାଙ୍କ ସହ ନିୟମିତ ଯୋଗାଯୋଗରେ ଥିଲେ । ଆନ୍ତର୍ଜାତିକ କଲ ମାଧ୍ୟମରେ ତଥ୍ୟ ଆଦାନ ପ୍ରଦାନ ହେଉଥିଲା । ଯୁବତୀଙ୍କ ସହ ଟଙ୍କା ବଢାଇବା ଆଶାରେ ହନିଟ୍ରାପରେ ଫସିଯାଇଥିଲେ ଏହି ୪ ଠିକା କର୍ମଚାରୀ । ସେପଟେ କ୍ରାଇମବ୍ରାଞ୍ଚର ୪ ଜଣିଆ ଟିମ୍ ବାଲେଶ୍ୱରରେ ପହଂଚିଛି । ଡିଆରଡିଓ ପାଇଁ ତଦନ୍ତ ଆରମ୍ଭ କରିବ ।