ଆସନ୍ତା ୨ତାରିଖ ଯାଏଁ ପାଗରେ ଆସିବ ପରିବର୍ତ୍ତନ । ରାଜ୍ୟର ଏହି ୭ଟି ଜିଲ୍ଲାରେ ସ୍ୱଳ୍ପ ବର୍ଷା ସମ୍ଭାବନା

108

ଆଜିଠାରୁ ଆସନ୍ତା ୨ ତାରିଖ ଯାଏଁ ରାଜ୍ୟରେ ପାଗରେ ପରିବର୍ତ୍ତନ ଘଟିବ ବୋଲି ଭୁବନେଶ୍ବର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଶୁଖିଲା ଓ ଖରାଟିଆ ରହିବ। କାଁଭାଁ କେଉଁଠି ମେଘୁଆ ରହିପାରେ। ଶ୍ରୀଲଙ୍କା ଉପକୂଳସ୍ଥ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଉପରେ ରହିଥିବା ଲଘୁଚାପର ପ୍ରଭାବରେ ସମାନ୍ତରାଳ ଭାବେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି।

ଓଡ଼ିଶାର ୭ଟି ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲ୍ଲାଗୁଡ଼ିକ ହେଲା ଗଜପତି, ଗଞ୍ଜାମ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି।

ସୂଚନାଯୋଗ୍ୟ, ଗତ ୨୪ଘଣ୍ଟାରେ ଉତ୍ତର ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ରାତ୍ରି ତାପମାତ୍ରା କମିବାର ନଜିର ରହିଛି। କିନ୍ତୁ ଅବଶିଷ୍ଟ ଓଡ଼ିଶାରେ ତାପମାତ୍ରା ସ୍ଥିର ରହିଛି। ଅପରପକ୍ଷେ ପଅରଦିନ ଉତ୍ତର ଉପକୂଳ ଓଡ଼ିଶା ଓ ଦକ୍ଷିଣ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇଯାଇଛି। ଆଜି ମଧ୍ୟ କଟକ, ଭୁବନେଶ୍ବର ସମେତ ରାଜ୍ୟର ଅଧିକାଂଶ ସ୍ଥାନରେ କୋହଲା ପାଗ ପରିଲକ୍ଷିତ ହୋଇଛି।