ତୁଳସୀକ୍ଷେତ୍ରର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା । ବଳଦେବଜୀଉ ମନ୍ଦିର ଓ ବଡ଼ଦାଣ୍ଡର ଉନ୍ନତିକରଣ ପାଇଁ ୮କୋଟି ୫୦ ଲକ୍ଷ ଟଙ୍କା ମଞ୍ଜୁର କଲେ ରାଜ୍ୟ ସରକାର ।

Advertisment
ତୁଳସୀକ୍ଷେତ୍ରର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା । ବଳଦେବଜୀଉ ମନ୍ଦିର ଓ ବଡ଼ଦାଣ୍ଡର ଉନ୍ନତିକରଣ ପାଇଁ ୮କୋଟି ୫୦ ଲକ୍ଷ ଟଙ୍କା ମଞ୍ଜୁର କଲେ ରାଜ୍ୟ ସରକାର ।

କନକ ବ୍ୟୁରୋ : ତୁଳସୀକ୍ଷେତ୍ର ପାଇଁ ରାଜ୍ୟ ସରକାରଙ୍କ ବଡ ଘୋଷଣା । ତୁଳସୀକ୍ଷେତ୍ରର ଉନ୍ନତି ଓ ବିକାଶ ପାଇଁ ୮.୫ କୋଟି ଟଙ୍କା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କେନ୍ଦ୍ରାପଡ଼ା ବଳଦେବଜୀଉ ମନ୍ଦିର ଓ ବଡ଼ଦାଣ୍ଡର ଉନ୍ନତିକରଣ ପାଇଁ ୮କୋଟି ୫୦ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ ।

publive-imageଆଜି ସନ୍ଧ୍ୟାରେ ଭିଡ଼ିଓ କନଫରେନ୍ସ ମାଧ୍ୟମରେ କେନ୍ଦ୍ରାପଡ଼ା ସାଂସଦ, ବିଧାୟକ, ଜିଲ୍ଲାପାଳ, ମନ୍ଦିର ଟ୍ରଷ୍ଟ ଓ ସେବାୟତଙ୍କ ସହ ବିସ୍ତୃତ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହି ମନ୍ଦିରକୁ ଏକ ଆକର୍ଷଣୀୟ ଧର୍ମୀୟ ପର୍ଯ୍ୟଟନ କ୍ଷେତ୍ର ଭାବେ ବିକାଶ କରିବା ପାଇଁ ବୈଠକରେ ଆଲୋଚନା ହୋଇଛି। ଏହାଛଡା ଏଠାରେ ଆଧ୍ୟାତ୍ମିକ ପାର୍କ, ଐତିହ୍ୟ ପୁଷ୍କରଣୀ, ଡ୍ରେନେଜ୍ ବ୍ୟବସ୍ଥାରେ ସୁଧାର ଆଣିବା ଉପରେ ଗୁରୁତ୍ୱ ଦିଆଯାଇଛି । ଏହାପୂର୍ବରୁ ଗତ ନିର୍ବାଚନ ପରେ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ରାପଡା ଗସ୍ତରେ ଯାଇଥିବା ବେଳେ ତୁଳସୀକ୍ଷେତ୍ରର ଆରାଧ୍ୟ ଦେବତା ଶ୍ରୀବଳଦେବଜୀଉଙ୍କର ଦର୍ଶନ କରିଥିଲେ । ସେତେବେଳେ ମଧ୍ୟ ମନ୍ଦିରର ଉନ୍ନତି ପାଇଁ ୨ କୋଟି ଟଙ୍କା ଘୋଷଣା କରିଥିଲେ ନବୀନ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe