କନକ ବ୍ୟୁରୋ : ବିଶିଷ୍ଟ ସମାଜସେବୀ ପଦ୍ମଶ୍ରୀ ଡି ପ୍ରକାଶ ରାଓଙ୍କ ଆଜି ପରଲୋକ ଘଟିଛି । ତାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ରାଷ୍ଟ୍ରୀୟ ସମ୍ମାନ ସହ ଶେଷକୃତ୍ୟ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।
ପ୍ରକାଶ ରାଓଙ୍କ ବିୟୋଗରେ ଶୋକ ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପ୍ରକାଶ ରାଓଙ୍କ ଉତ୍ସର୍ଗୀକୃତ ସମାଜ ସେବା ବିଶେଷ କରି ଗରିବ ଓ ଅବହେଳିତ ମାନଙ୍କ ମଧ୍ୟରେ ଶିକ୍ଷାର ପ୍ରସାର ପାଇଁ ସ୍ମରଣୀୟ ହୋଇ ରହିବେ । ଏହାସହ ଶୋକସନ୍ତପ୍ତ ପରିବାରକୁ ଗଭୀର ସମବେଦନା ଜଣାଇବା ସହ ତାଙ୍କ ଆତ୍ମାର ସଦଗତି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।
ଆଜି ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କ ପରଲୋକ ଘଟିଛି । କଟକ ଏସସିବିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ବ୍ରେନ ଷ୍ଟ୍ରୋକରେ ପୀଡିତ ଥିଲେ ପ୍ରକାଶ ରାଓ । ଦେହାନ୍ତ ନେଇ ପ୍ରକାଶଙ୍କ ପରିବାର ପକ୍ଷରୁ ସୂଚନା ଦିଆଯାଇଥିଲା ।