ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା । ମୋ ସରକାର କାର୍ଯ୍ୟକ୍ରମ ମାଧ୍ୟମରେ ୪ ହସ୍ପିଟାଲର ହେବ ଉନ୍ନତିକରଣ, ରୋଗୀ କଲ୍ୟାଣ ପାଇଁ ରାଉରକେଲା ଓ ମୟୂରଭଞ୍ଜ ମୁଖ୍ୟ ଚିକିତ୍ସାଳୟକୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ମିଳିବ ୧୫ ଲକ୍ଷ ଟଙ୍କା

746

କନକ ବ୍ୟୁରୋ : ମୋ ସରକାର କାର୍ଯ୍ୟକ୍ରମର ସମୀକ୍ଷା ପରେ ୩ ଜିଲ୍ଲାର ମୁଖ୍ୟ ଡାକ୍ତରଖାନା ସମେତ ରାଉରକେଲା ସରକାରୀ ହସ୍ପିଟାଲର ଉନ୍ନତିକରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କର ବଡ ଘୋଷଣା । ରକ୍ତଦାନ ପାଇଁ ପୋତ୍ସାହିତ କରିବା ପାଇଁ ସୁନ୍ଦରଗଡ, ରାଉରକେଲା, ମୟୂରଭଞ୍ଜ ଏସପିଙ୍କୁ ୧୦ ଲକ୍ଷ ଟଙ୍କା ଲେଖାଏଁ ଦେବାକୁ ଘୋଷଣା କରାଯାଇଛି । ଏହାଛଡା ୨ଟି ଲେଖାଏଁ ଆମ୍ବୁଲାନ୍ସ ଓ ମହାପ୍ରୟାଣ ଗାଡି ସୁନ୍ଦରଗଡ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଯୋଗାଇ ଦିଆଯିବ ।

ରାଉରକେଲା ସରକାରୀ ହସ୍ପିଟାଲର ଶଯ୍ୟା ୪୦୦କୁ ବୃଦ୍ଧି କରାଯିବ । ରୋଗୀ କଲ୍ୟାଣ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୧୫ ଲକ୍ଷ ଟଙ୍କା ଦିଆଯିବା ନେଇ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ସେହିଭଳି ଡିଏମଏଫ୍ ମାଧ୍ୟମରେ ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଉନ୍ନତିକରଣ କରାଯିବ । ରୋଗୀ କଲ୍ୟାଣ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୧୫ ଲକ୍ଷ ମୟୂରଭଞ୍ଜ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ୧୫ ଲକ୍ଷ ଟଙ୍କା ଦେବାକୁ ଘୋଷଣା କରିଛନ୍ତି ନବୀନ ।

ଏହାଛଡା ୫-ଟି କାର୍ଯ୍ୟକ୍ରମରେ ଡାକ୍ତର ଓ ସ୍ୱାସ୍ଥ୍ୟସେବାରେ ନିୟୋଜିତ କର୍ମଚାରୀଙ୍କ ପାଇଁ ପୁରସ୍କାର ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଡାକ୍ତରଙ୍କ ପାଇଁ ୧୦ ଲକ୍ଷ, ଅନ୍ୟ କର୍ମଚାରୀଙ୍କ ପାଇଁ ୫ ଲକ୍ଷ ଟଙ୍କା ଲେଖାଏଁ ପୁରଷ୍କାର ଘୋଷଣା କରିବା ସହ ଭଲକାମ କରୁଥିବା ଡାକ୍ତର, ପାରାମେଡିକାଲ ଷ୍ଟାଫ ଓ ଅନ୍ୟ କର୍ମଚାରୀମାନଙ୍କୁ ୁତ୍ସାହିତ କରିବା ଓ ସେମାନଙ୍କ କାର୍ଯ୍ୟକୁ ସ୍ୱୀକୃତି ଦେବାକୁ ପୁରସ୍କାର ଘୋଷଣା ହୋଇଛି ।

ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟପାଇଁ ସର୍ବୋଚ୍ଚ ପୁରସ୍କାର ଭାବରେ ମୁଖ୍ୟମନ୍ତ୍ରୀ ପୁରସ୍କାର ପ୍ରଦାନ କରାଯିବ । ଏଥିପାଇଁ ରାଜ୍ୟସ୍ତରୀୟ ଉତ୍ସବରେ ଶ୍ରେଷ୍ଠ ବିବେଚିତ ୧୦ ଜଣ ଡାକ୍ତର ଓ ଅନ୍ୟ ସ୍ୱାସ୍ଥ୍ୟ କର୍ମଚାରୀଙ୍କୁ ପୁରସ୍କୃତ କରାଯିବ । ଡାକ୍ତରଙ୍କ କ୍ଷେତ୍ରରେ ପୁରସ୍କାର ରାଶି ୧୦ ଲକ୍ଷ ଓ ଅନ୍ୟ ସ୍ୱାସ୍ଥ୍ୟସେବା କର୍ମଚାରୀଙ୍କ ପାଇଁ ୫ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ଦେବାକୁ ଘୋଷଣା କରିଛନ୍ତି ନବୀନ ।

ସ୍ୱାସ୍ଥ୍ୟସେବା ବୃତ୍ତିଧାରୀ ମାନଙ୍କ ପାଇଁ କ୍ୟାରିୟର ଆୱାର୍ଡ ମଧ୍ୟ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଚାକିରୀକାଳ ମଧ୍ୟରେ ଉଲ୍ଲେଖନୀୟ ସେବାକୁ ଭିତ୍ତି କରି ଏହି ପୁରସ୍କାର ରାଶି ପ୍ରଦାନ କରାଯିବ । ଲକ୍ଷ୍ୟ ପ୍ରମାଣପତ୍ର ହାସଲ କରିଥିବା ସ୍ୱାସ୍ଥ୍ୟ ଅନୁଷ୍ଠାନର ପ୍ରସବ ଗୃହ ଓ ମାତୃତ୍ୱ ଅସ୍ତ୍ରୋପଚାର ଗୃହରେ କାର୍ଯ୍ୟରତ ଡାକ୍ତର ଓ ଅନ୍ୟ କର୍ମଚାରୀଙ୍କ ପାଇଁ ପରବର୍ତ୍ତୀ ଆର୍ଥିକ ବର୍ଷରେ ଅଧା ମାସର ଦରମା ବୋନସ ଭାବେ ଦିଆଯିବ । ସେହିଭଳି କାୟାକଳ୍ପ ପତ୍ର ପାଇଥିବା ଅନୁଷ୍ଠାନର ଡାକ୍ତର ଓ ନିରାପତ୍ତା କର୍ମଚାରୀଙ୍କ ପାଇଁ ମଧ୍ୟ ପୁରଷ୍କାର ଘୋଷଣା ।

ସରକାରୀ ଡାକ୍ତରଖାନା ଯାଉଥିବା ରୋଗୀଙ୍କ ମାତମତକୁ ଭିତ୍ତି କରି ସ୍ଥିର କରାଯାଇଥିବା ୫ ଗୋଟି ସ୍ୱାସ୍ଥ୍ୟ ଅନୁଷ୍ଠାନର ମେଡିକାଲ ଅଫିସରଙ୍କୁ ତ୍ରୈମାସିକ ପ୍ରଶଂସା ପତ୍ର ପ୍ରଦାନ କରାଯିବ । ବର୍ଷସାରା ଭଲ କାମ କରିଥିବା ସ୍ଥାୟୀ ମେଡିକାଲ କର୍ମଚାରୀଙ୍କୁ ଏଲଟିସିରେ ବିଦେଶ ଭ୍ରମଣର ସୁଯୋଗ ମିଳିବ । ଚୁକ୍ତିଭିତ୍ତିକ କର୍ମଚାରୀଙ୍କୁ ତାଲିମ ନିମନ୍ତେ ବିଦେଶ ପଠାଯିବ ।