ରଥରେ ଜଗାକୁ ଦେଖିବାକୁ ପୁରୀରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ : କାଳିଆକୁ ଦର୍ଶନ କରିବେ, ଆଶିର୍ବାଦ ନେବେ

156

କନକ ନ୍ୟୁଜ୍ : ରଥରେ କାଳିଆକୁ ଦେଖିବାକୁ ଦେଖିବେ ମୁଖ୍ୟମନ୍ତ୍ରୀ । ରଥଯାତ୍ରା ପାଇଁ ଆଜି ଶ୍ରୀକ୍ଷେତ୍ରରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି । ତିନି ଠାକରୁଙ୍କୁ ରଥରେ ଟିକିଏ ଦର୍ଶନ କରିବା ପାଇଁ ଦେଶ ବିଦେଶରୁ ହଜାର ହଜାର ଭକ୍ତ ପୁରୀକୁ ଛୁଟି ଆସିଛନ୍ତି । ମୁଖ୍ୟମନ୍ତ୍ରୀ ବା ଏଥିରୁ ବାଦ କେମିତି ପଡ଼ନ୍ତେ । ରଥଯାତ୍ରା ପାଇଁ ପୁରୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମହାପ୍ରଭୁଙ୍କ ଦର୍ଶନ ଲାଗି ପୁରୀରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କଡା ସୁରକ୍ଷା ମଧ୍ୟରେ ତାଙ୍କୁ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟକୁ ନିଆଯାଇଛି । ଏହି ଅବସରରେ ରାଜ୍ୟବାସୀଙ୍କୁ ପବିତ୍ର ରଥଯାତ୍ରାର ଶୁଭେଚ୍ଛା ଜଣାଇଛନ୍ତି ନବୀନ । ମୁଖ୍ୟମନ୍ତ୍ରୀଙ୍କ ସହ ଅନେକ ନେତା, ମନ୍ତ୍ରୀ ପୁରୀ ଗସ୍ତ କରିଛନ୍ତି ।

ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରଥଯାତ୍ରା ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭକାମନା ଜଣାଇଛନ୍ତି । ନବୀନ ଟ୍ୱିଟରେ ଲେଖିଛନ୍ତି, “ପ୍ରଭୁ ଜଗନ୍ନାଥଙ୍କ ଅପାର କୃପାରୁ ରାଜ୍ୟର ପ୍ରଗତି ଓ ସମସ୍ତଙ୍କ ସୁଖ, ସମୃଦ୍ଧି କାମନା କରୁଛି ।” ମୁଖ୍ୟମନ୍ତ୍ରୀ ଏକ ଭିଡିଓ ମଧ୍ୟ ସେୟାର କରିଛନ୍ତି। ଏଥିରେ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ମହାତ୍ମ୍ୟ ସଂପର୍କରେ ମୋଦି କହିଛନ୍ତି। ଭିଡିଓରେ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରାର ଦୃଶ୍ୟ ମଧ୍ୟ ରହିଛି ।