କନକ ବ୍ୟୁରୋ : ପୁରୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଶୁଭାରମ୍ଭ କରିବେ । ପ୍ରକଳ୍ପ ପାଇଁ ଜମି ଦେଇଥିବା ବ୍ୟକ୍ତିଙ୍କୁ ସମ୍ମାନିତ କଲେ ମୁଖ୍ୟମନ୍ତ୍ରୀ । ଗଜପତି ମହାରାଜ, ବାଚସ୍ପତି ଓ ଆଇନ ମନ୍ତ୍ରୀ ଉପସ୍ଥିତ । ଦିନ ୧୦ଟା ୩୦ରେ ଶିଳାସ୍ଥାପନ କରାଯିବ । ଏହାପରେ ପୁଷ୍ପାଞ୍ଜଳି ଦିଆଯାଇ ପୂର୍ଣ୍ଣାହୂତି ଦିଆଯିବ । ଏହାପରେ ଶ୍ରୀମନ୍ଦିର ଚାରିପଟେ ପରିକ୍ରମା କରି ମୁଖ୍ୟମନ୍ତ୍ରୀ ମହାପ୍ରଭୁଙ୍କୁ ଦର୍ଶନ କରିବେ । ମହାଯଜ୍ଞ ଓ ମୁଖ୍ୟମନ୍ତ୍ରୀଙ୍କ ପୁରୀଗସ୍ତକୁ ଦୃଷ୍ଟିରେ ରଖି ବ୍ୟାପକ ବ୍ୟବସ୍ଥା ହୋଇଛି ।

Advertisment

ବଡଦାଣ୍ଡରୁ କେତେ ଉଠାଦୋକାନକୁ ଉଚ୍ଚେଦ କରାଯାଇଛି । ଦେକାନ ବନ୍ଦ ରଖିବାକୁ ବି ନିର୍ଦ୍ଦେଶ ଦିଆଯାଇଛି । ଶିଳାନ୍ୟାସ ପରେ ପରିକ୍ରମା ମାର୍ଗ ନିର୍ମାଣ କାମ ଆରମ୍ଭ କରିବ ଟାଟା ପ୍ରକଳ୍ପ । ୧୮ ମାସ ମଧ୍ୟରେ କାମ ସାରିବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି । ଏଥିପାଇଁ ୩୩୧କୋଟି ୩୮ ଲକ୍ଷ ଟଙ୍କା ମଞ୍ଜୁର କରାଯାଇଛି । ଶ୍ରୀମନ୍ଦିର ଚାରିପାଖ ମେଘନାଦ ପାଚେରୀଠାରୁ ୭୫ ମିଟର ମଧ୍ୟରେ ପ୍ରତିଷ୍ଠା ହେବ ପରିକ୍ରମା ମାର୍ଗ ତଥା ଐତିହ୍ୟ କରିଡର । ଏଥିପାଇଁ ଉଚ୍ଛେଦ ପ୍ରକ୍ରିୟା ପ୍ରାୟ ୯୫ ପ୍ରତିଶତ ଶେଷ ହୋଇଛି ।