‘କାଳିଆ’ ହିତାଧିକାରୀଙ୍କୁ କୋଭିଡ୍ ସହାୟତା । ୧୮ ଲକ୍ଷ ଭୂମିହୀନ ଚାଷୀଙ୍କ ଆକାଉଣ୍ଟକୁ ଗଲା କୋଭିଡ୍ ସହାୟତା, ୩୮୬ କୋଟି ଟଙ୍କାର ସହାୟତା ପ୍ରଦାନ କଲେ ସରକାର ।

Advertisment
‘କାଳିଆ’ ହିତାଧିକାରୀଙ୍କୁ କୋଭିଡ୍ ସହାୟତା । ୧୮ ଲକ୍ଷ ଭୂମିହୀନ ଚାଷୀଙ୍କ ଆକାଉଣ୍ଟକୁ ଗଲା କୋଭିଡ୍ ସହାୟତା, ୩୮୬ କୋଟି ଟଙ୍କାର ସହାୟତା ପ୍ରଦାନ କଲେ ସରକାର ।

କନକ ବ୍ୟୁରୋ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କାଳିଆ ଯୋଜନା ଅନ୍ତର୍ଗତ ଭୂମିହୀନ କୃଷକ ପରିବାର ମାନଙ୍କୁ ୩୮୬ କୋଟି ଟଙ୍କାର କୋଭିଡ ସହାୟତା ପ୍ରଦାନ କରିଛନ୍ତି । ଏହାଦ୍ବାରା ୧୮ ଲକ୍ଷ ଭୂମିହୀନ କୃଷକ ପରିବାର ଉପକାର ପାଇବେ। ଏଥିରେ ପ୍ରତ୍ୟେକ ଭୂମିହୀନ ଚାଷୀ କାଳିଆ ଯୋଜନାର କିସ୍ତି ସହିତ ଅତିରିକ୍ତ ଭାବେ ୧୦୦୦ ଟଙ୍କା ପାଇବେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ରାଜ୍ୟର ୧୮ ଲକ୍ଷ ଭୂମିହୀନ ଚାଷୀ ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା ପ୍ରଦାନ କରି ସେ ବହୁତ ଖୁସି । ଚାଷୀ, ଶ୍ରମିକ ଓ ମଜଦୁର ମାନଙ୍କ ପରି ଖଟିଖିଆ ବର୍ଗ ହେଉଛନ୍ତି ଆମ ଅର୍ଥନୀତି । କୃଷି କ୍ଷେତ୍ରର ସବୁ ସଫଳତା ପଛରେ ଭୂମିହୀନ ଚାଷୀର ତ୍ୟାଗ ଓ ପରିଶ୍ରମ ରହିଛି ବୋଲି ମତ ବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମେ ତା’ର ତ୍ୟାଗକୁ ସମ୍ମାନ କରୁ। ତା’ର ସ୍ଵାର୍ଥର ସୁରକ୍ଷା ପାଇଁ ଆମର ଲଢେଇ ଜାରି ରହିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ M S Swaminathan Committee ର ସୁପାରିସ କୁ କାର୍ଯ୍ୟକାରୀ କରିବା ପାଇଁ ମୁଁ ସବୁବେଳେ ଦାବି କରି ଆସିଛି ଏବଂ ଏହା ପୂରଣ ହେଲା ପର୍ଯ୍ୟନ୍ତ ଆମର ଲଢେଇ ଜାରି ରହିବ ବୋଲି ସେ ଦୃଢୋକ୍ତି ପ୍ରକାଶ କରିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଚାଷୀ ହେଉଛନ୍ତି ଆମର ଗର୍ବ ଓ ଗୌରବ । ତେଣୁ ଚାଷୀର ସ୍ଵାର୍ଥର ସୁରକ୍ଷା ସବୁବେଳେ ତାଙ୍କର ପ୍ରାଥମିକତା ହୋଇ ରହି ଆସିଛି ବୋଲି ସେ ପ୍ରକାଶ କରିଥିଲେ । କାଳିଆ ଯୋଜନା ଯୋଗୁଁ ରାଜ୍ଯର ଲକ୍ଷ ଲକ୍ଷ ଚାଷୀ ପରିବାର ମୁହଁରେ ହସ ଆଣିଛି ଓ ମନରେ ଭରସା ଦେଇଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏଥିପାଇଁ ,” କାଳିଆ ଯୋଜନା ମୋର ସବୁଠାରୁ ପ୍ରିୟ ଯୋଜନା । “

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବର୍ତ୍ତମାନ କୋଭିଡ ଯୋଗୁଁ ଅର୍ଥନୀତି ଉପରେ ଗଭୀର ପ୍ରଭାବ ପଢିଛି । ପ୍ରଥମ ଲହରରେ କୃଷି ହିଁ ଆମ ଅର୍ଥନୀତିକୁ ବଞ୍ଚାଇଥିଲା । ଦ୍ଵିତୀୟ ଲହରରେ ଲକଡାଉନ ସଟଡାଉନ ଯୋଗୁଁ ଲୋକଙ୍କ ଜୀବିକା ଉପରେ ଗଭୀର ପ୍ରଭାବ ପଡିଛି । ସେଥିପାଇଁ ରାଜ୍ୟ ସରକାର ଚାଷୀ, ଶ୍ରମିକ, ଉଠା ଦୋକାନୀ, ଦୁଗ୍ଧ ଚାଷୀ ଆଦି ବିଭିନ୍ନ ବର୍ଗର ଲୋକ ମାନଙ୍କ ପାଇଁ ସେ କୋଭିଡ ପ୍ଯାକେଜ ଘୋଷଣା କରିଛନ୍ତି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe