କନକ ବ୍ୟୁରୋ : ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ଆକ୍ସନ ମୋଡରେ ମୋହନ ମାଝୀ । ପୁରୀରେ ମହାପ୍ରଭୁଙ୍କ ଦର୍ଶନ ପରେ ଆଜି ରାଜ୍ୟ ଅତିଥି ଭବନରେ ସରକାରୀ ଅଧିକାରୀଙ୍କୁ ଡାକି ଆଲୋଚନା ଆରମ୍ଭ କରିଛନ୍ତି ।
ମୁଖ୍ୟମନ୍ତ୍ରୀଙ୍କ ଡାକରା ପାଇ ରାଜ୍ୟ ଅତିଥି ଭବନରେ ପହଞ୍ଚିଛନ୍ତି ନଗର ଉନ୍ନୟନ ବିଭାଗ ସଚିବ ଜି ମାଥିଭାଥନନ । ପରେ ଅନ୍ୟ ବିଭାଗର ସଚିବଙ୍କୁ ମଧ୍ୟ ଡାକି ପାରନ୍ତି ମୁଖ୍ୟମନ୍ତ୍ରୀ । ଏହା ସହ ରାଜ୍ୟ ଅତିଥି ଭବନରେ ବିଭିନ୍ନ ଦଳର ନେତା ମାନେ ବି ମୁଖ୍ୟମନ୍ତ୍ରୀଙ୍କୁ ଭେଟୁଛନ୍ତି । ବିଧାନସଭା ସଚିବ ଦାଶରଥୀ ଶତପଥି ମଧ୍ୟ ମୁଖମନ୍ତ୍ରୀଙ୍କୁ ଭେଟିଛନ୍ତି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2024/06/34-7.jpg)