କନକ ବ୍ୟୁରୋ: ବିରୋଧୀ ଦଳ ନେତାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ। ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ସର୍ବଦଳୀୟ ବୈଠକରେ ଯୋଗଦେବାକୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହାସହ ବିଧାନସଭାର ସମସ୍ତ କାର୍ୟ୍ୟ ଦିବସରେ ଯୋଗ ଦେବାକୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ। ଓଡିଶା ବିକାଶ ପାଇଁ ଗଠନ ମୂଳକ ପ୍ରସ୍ତାବ ଦେବା ପାଇଁ ମଧ୍ୟ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଆସନ୍ତାକାଲିଠାରୁ ବିଧାନସଭା ଅଧିବେଶନ ଆରମ୍ଭ ହେବାକୁ ଥିବାରୁ ଆଜି ବସିବ ସର୍ବଦଳୀୟ ବୈଠକ। ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ହେବ। ବଜେଟ ଅଧିବେଶନକୁ ସୁରୁଖୁରରେ ପରିଚାଳନା ଲାଗି ସହଯୋଗ ଲୋଡିବେ ବାଚସ୍ପତି।