ରଥଯାତ୍ରା ପାଇଁ ମୁଖ୍ୟମନ୍ତ୍ରୀ ଡାକିଲେ ଗୁରୁତ୍ୱପୂର୍ଣ୍ଣ ବୈଠକ । ଉପମୁଖ୍ୟମନ୍ତ୍ରୀଙ୍କ ସହ ମୁଖ୍ୟ ଶାସନ ସଚିବ, ଗୁଇନ୍ଦା ନିର୍ଦ୍ଦେଶକ, ଆଇନମନ୍ତ୍ରୀ ପ୍ରମୁଖ ଉପସ୍ଥିତ

250

କନକ ବ୍ୟୁରୋ : ରଥଯାତ୍ରା ପ୍ରସ୍ତୁତି ପାଇଁ ମୁଖ୍ୟମନ୍ତ୍ରୀ ଡାକିଲେ ଗୁରୁତ୍ୱପୂର୍ଣ୍ଣ ବୈଠକ । ଶୃଙ୍ଖଳିତ ରଥଯାତ୍ରା ନେଇ ବୈଠକରେ ହେବ ଆଲୋଚନା । ଏହି ବୈଠକରେ ଅଧ୍ୟକ୍ଷତା କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା, ଗୁଇନ୍ଦା ନିର୍ଦ୍ଦେଶକ ସୌମେନ୍ଦ୍ର ପ୍ରିୟଦର୍ଶୀ, ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ପୋଲିସ ଡିଜି ଅରୁଣ ଷଡ଼ଙ୍ଗୀ ଉପସ୍ଥିତ ଅଛନ୍ତି । ଚଳିତ ବର୍ଷ ୧୫ ଦିନ ବଦଳରେ ୧୩ ଦିନ ହେବ ଅଣସର ନୀତି । ରଥଟଣା ପାଇଁ ହାତରେ ୨ ଦିନ ସମୟ କମ ଥିବାରୁ ନୀତିକାନ୍ତି ନେଇ ଚିନ୍ତାରେ ପଡ଼ିଛନ୍ତି ସେବାୟତ । ଶୃଙ୍ଖଳିତ ନୀତି ପାଇଁ ସମସ୍ତ ସେବାୟତଙ୍କ ସହଯୋଗ ମଧ୍ୟ ଲୋଡ଼ାଯାଇଛି ।