ଆଜି ଗୃହମନ୍ତ୍ରୀଙ୍କୁ ଭେଟିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ । ଅମିତ ଶାହାଙ୍କ ସହ ବିଭିନ୍ନ ପ୍ରସଙ୍ଗରେ କରିବେ ଆଲୋଚନା ।

89

କନକ ବ୍ୟୁରୋ: ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ । ୩ ଦିନିଆ ଦିଲ୍ଲୀ ଗସ୍ତରେ ଅଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ । ଦାୟିତ୍ୱ ନେବା ପରେ ପ୍ରଥମ ଥର ମୁଖ୍ୟମନ୍ତ୍ରୀଙ୍କ ସହ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ କେଭି ସିଂଦେଓ ଦିଲ୍ଲୀ ଯାଇଛନ୍ତି । ଆଜି ଅପରାହ୍ନରେ ଅମିତ ଶାହାଙ୍କୁ ଭେଟିବା ନେଇ କାର୍ଯ୍ୟକ୍ରମ ସ୍ଥିର ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପମୁଖ୍ୟମନ୍ତ୍ରୀ ଶାହାଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି । ତେବେ ତା’ ପୂର୍ବରୁ ଦୁଇ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ, ଅଶ୍ୱନୀ ବୈଷ୍ଣବ ଓ ଦଳର ଶୀର୍ଷ ନେତୃତ୍ୱଙ୍କୁ ଭେଟିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।